ଭୁବନେଶ୍ୱର,୧୫।୨: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ବାହାରିଲେ ବିରୋଧୀ ଦଳ ଉପନେତା ତଥା ବିଜେଡି ନେତା Prasanna Acharya । ଶନିବାର ବିଧାନସଭାରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ବାହାରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ଯାହାକୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି।
ପ୍ରସନ୍ନ କହିଛନ୍ତି, ମୋହନ ମାଝୀ ଆଦିବାସୀ ସମ୍ପ୍ରଦାୟର ସରଳ ଅମାୟିକ ଲୋକ। ତାଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଉଛି। ଏପରି ନ କରିବାକୁ ସେ ଅପିଲ କରିଛନ୍ତି।


