ଗୃହରେ ରୋଚକ ଦୃଶ୍ୟ, ବିଧାନସଭାରେ ହୁଇସିଲ ମାରିଲେ ବିରୋଧୀ

ଭୁବନେଶ୍ୱର,୨୦।୩: ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ଏହାପରେ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ ବଜାଇବା ବନ୍ଦ କରି ନ ଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?