ବିଧାନସଭାରେ ଆଗତ ହେଲା ଅନ୍ତରୀଣ ବଜେଟ: କୃଷି ପାଇଁ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ

ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ, ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଛି। ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ । ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫ ପ୍ରତିଶତ ଆକଳନ କରାଯାଇଛି। ଧାନ ମୂଲ୍ୟ ସଠିକ୍‌ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟିର ରିଭଲ୍‌ଭିଂ ଫଣ୍ଡ। ଆଗାମୀ ୫ ବର୍ଷରେ ୧୮୫୮ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ। ରୂପାନ୍ତରଣ ପାଇଁ ୫ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ ହୋଇଛି। ସେହିପରି କୃଷି ପାଇଁ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ କରାଯାଇଛି।