ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ,୧୧।୭(ଅଜିତ୍‌ କୁମାର ମହାନ୍ତି)କିଛି ମାସର ବ୍ୟବଧାନ ପରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଫଳରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର ଭିତରଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବୁଧବାର ଦେଖିବାକୁ ମିଳିଛି। ଉକ୍ତ ଫଟୋ ଭାଇରାଲ କରିଥିବା ଯୁବକ ଜଣଙ୍କ ହେଲେ ନିଖିଲ ଗିରି। ସେ ଶ୍ରୀମନ୍ଦିର ଭିତରଫଟୋ ଉଠାଇ ନିଜ ସୋସିଆଲ ମିଡ଼ିଆ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଅପ୍‌ଲୋଡ୍‌ କରିଛନ୍ତି। ଆନନ୍ଦ ବଜାରର ପ୍ରବେଶ ପଥରେ ଏହା ଉଠାଯାଇଛି ବୋଲି ଫଟୋରେ ଦେଖାଯାଉଛି। ଏଥିସହ ଶ୍ରୀମନ୍ଦିରର ସମ୍ପୂର୍ଣ୍ଣ ଫଟୋ ରହିଛି। ଶ୍ରୀମନ୍ଦିରକୁ ମୋବାଇଲ ଫୋନ୍‌ ନେବା ନିଷିଦ୍ଧ ଥିବାବେଳେ ଯୁବକ ଜଣକ କିଭଳି ମୋବାଇଲ ନେଲେ ତାକୁ ନେଇ ପ୍ରଶ୍ନ ଉଠିଛି। ପୋଲିସ ଘଟଣାର ତଦନ୍ତ କରି ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି। ରଥଯାତ୍ରା ଦିନ ଫଟୋ ଉଠିଥିବା ଅନୁମାନ କରାଯାଉଛି, ତେବେ ସଠିକ୍‌ ସୂଚନା ଜଣାପଡ଼ିନାହିଁ। ଶ୍ରୀମନ୍ଦିର ଚାରିଦ୍ୱାରରେ ୨୪ ଘଣ୍ଟା ପୋଲିସ ରହୁଥିବା ବେଳେ ଭକ୍ତଙ୍କୁ ଯାଞ୍ଚ କରିବାରେ ଅବହେଳା ହେଉଥିବା ଅଭିଯୋଗ ହେଉଛି। ପୂର୍ବରୁ ଶ୍ରୀମନ୍ଦିର ଭିତର ଫଟୋ ଅନେକ ଥର ଭାଇରାଲ୍‌ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯାଉ ନ ଥିବାରୁ ଏଭଳି ଘଟଣା ବାରମ୍ବାର ଘଟୁଥିବା ଅନେକ ଜଗନ୍ନାଥପ୍ରେମୀ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri