ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ

ପୁରୀ,୧ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଭିତର ଭିଡିଓ ପୁଣି ଭାଇରାଲ ହୋଇଛି। ଜଣେ ଯୁବତୀ ଶ୍ରୀମନ୍ଦିର ପରିସରସ୍ଥ ନିର୍ମାଲ୍ୟ ଖଳାରେ ଠିଆହୋଇ ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି। ତାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିିଓ କରିଥିବା ଯୁବତୀଙ୍କ ନାଁ ‘ଦେବଯାନୀ’ ବୋଲି ଜଣାପଡ଼ୁଛି। ଶ୍ରୀମନ୍ଦିରକୁ ମୋବାଇଲ ଫୋନ୍‌ ନେବା ଉପରେ କଡ଼ା କଟକଣା ଥିବାବେଳେ ସମ୍ପୃକ୍ତା ଯୁବତୀ କିପରି ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେଲେ ଏବଂ ରିଲ୍ସ କଲେ ସେନେଇ ପ୍ରଶ୍ନ ଉଠିଛି। ଏଥିସହ ଶ୍ରୀମନ୍ଦିର ସୁରକ୍ଷା ଓ ପୋଲିସ୍‌ର କାର୍ଯ୍ୟଦକ୍ଷତା ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଭିଡିଓ ପ୍ରକୃତ ପକ୍ଷେ କିଏ କରିଛନ୍ତି ଏବଂ ଏଥିରେ କୌଣସି ସେବାୟତ ଅବା ପୋଲିସ୍‌ କର୍ମଚାରୀଙ୍କ ସମ୍ପୃକ୍ତି ରହିଛି କି ନାହିଁ, ସେନେଇ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରାଯାଇ ଦୋଷୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ଭକ୍ତ ଦାବି କରିଛନ୍ତି। ପୂର୍ବରୁ ମଧ୍ୟ ଅନେକ ସମୟରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ୍‌ ହୋଇଥିଲା। ହେଲେ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ପୋଲିସ୍‌ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାନାହିଁ। ଫଳରେ ଏଭଳି ଘଟଣାର ପୁନରାବୃତ୍ତି ଘଟୁଛି । ଗତବର୍ଷ ଜାନୁୟାରୀ ୧ରୁ ଶ୍ରୀମନ୍ଦିରକୁ ମୋବାଇଲ ନେବା ଉପରେ ପ୍ରଶାସନ କଡ଼ା କଟକଣା ଜାରି କରିଥିଲା। ତେବେ ଏହାକୁ କେହି ମାନୁ ନ ଥିବା ଉପରୋକ୍ତ ଘଟଣାରୁ ସ୍ପଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri