ଅଗ୍ନି-୪ର ରାତ୍ରକାଳୀନ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୬ା୬: ଆଣବିକ ଶକ୍ତିସମ୍ପନ୍ନ ଅଗ୍ନି-୪ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ) ପକ୍ଷରୁ କୁହାଯାଇଛି। ସୋମବାର ସନ୍ଧ୍ୟା ୭ଟା ୨୫ ମିନିଟ୍‌ରେ ଭଦ୍ରକ ଅବଦୁଲ କଲାମ ଦ୍ୱୀପରୁ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଥିଲା। ପରୀକ୍ଷଣ ସମୟରେ ବୈଷୟିକ ଏବଂ ଆନୁଷଙ୍ଗିକ ସମସ୍ତ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଥିଲା। ମଧ୍ୟମ ଦୂରଗାମୀ ଏହି କ୍ଷେପଣାସ୍ତ୍ର ୩୫୦୦ରୁ ୪୦୦୦ କି.ମି. ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ। ଏହାର ଲମ୍ବ ୨୦ ମିଟର ହୋଇଥିବା ବେଳେ ୧ଟନ୍‌ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ତେବେ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହେବା ପରେ ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଥିବା ନେଇ ସମ୍ପୃକ୍ତ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ୍‌ ପରୀକ୍ଷା ଦେଇନାହାନ୍ତି ହଜାର ହଜାର ପରୀକ୍ଷାର୍ଥୀ

ଭୁବନେଶର,୬।୫(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ। ସେ କହିଛନ୍ତି, ଚଳିତ ବର୍ଷ ହଜାର ହଜାର ପରୀକ୍ଷାର୍ଥୀ...

ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର, ରାଜସ୍ବ ନୀରିକ୍ଷକ ଆହତ

ଲୋଇସିଂହା,୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ପ୍ରଭାକର ପଧାନ ଏବଂ ରାଜସ୍ବ...

ସାକ୍ଷୀଙ୍କୁ ଘାତକ ଆକ୍ରମଣ ମାମଲା: ପ୍ରତ୍ୟେକ୍ଷଦର୍ଶୀଙ୍କୁ ପଚାରିଲେ ଏଏସ୍‌ପି

ବ୍ରହ୍ମପୁର ଅଫିସ , ୪ା୬ – ସଦରଥାନା ଅନ୍ତର୍ଗତ ରୋହିଗାଁରେ ଗତମାସ ୯ ତାରିଖରେ ଏକ ହତ୍ୟା ମାମଲାର ସାକ୍ଷୀଥିବା ପୂର୍ଣ୍ଣ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ...

କେନ୍ଦୁଝରରେ ୬୫୪ ଶିକ୍ଷକ ପଦବୀ ଖାଲି

କେନ୍ଦୁଝର,୨୦।୧୨(ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ଶିକ୍ଷକ ଅଭାବ ଯୋଗୁ ୨୦୮ଟି ସରକାରୀ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ପଦବୀ ଖାଲି ରହିଛି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂସ୍କୃତ...

ସମସ୍ତଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୨୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ ତାରିଖ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିମାନଙ୍କୁ ବାହାର କରିଦେବା...

ଜୁଆଖେଳରୁ ଛୁରା ମାଡ ଘଟଣା: ଗୁରୁତର ପବନାଙ୍କ ମୃତ୍ୟୁ

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଜଳିସାହିଠାରେ ଗତ ସୋମବାର ରାତି ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିଲା। ଏଥିରେ ପବନା ସେଠୀ (୨୫) ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼...

ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ...

ବ୍ୟାଘ୍ର ପ୍ରକଳ୍ପରୁ ବିସ୍ଥାପିତ ହେବ କଟରଙ୍ଗ

ବନ୍ତଳା, ୧୯।୪ (ଦିନେଶ ଦେହୁରୀ) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବ୍ୟାଘ୍ର ପ୍ରକଳ୍ପ କୋର୍‌ ଅଞ୍ଚଳରେ ଥିବା ଗ୍ରାମଗୁଡିକୁ ବିସ୍ଥାପିତ କରିବା ପାଇଁ ସରକାର ପଦକ୍ଷେପ...

Advertisement
Archives

Model This Week