ଗରିବ ହିତାଧିକାରୀଙ୍କ ପିଡ଼ିଏସ ଚାଉଳ ବାଟମାରଣା ଅଭିଯୋଗ

କୋକସରା,୨୨/୦୫(ଡି.ଏନ.ଏ): ଗରିବ ସୀମାରେଖା ତଳେ ରହୁଥିବା ହିତାଧିକାରୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପିଡିଏସ ଚାଉଳ ଯୋଗାଣ କରୁଥିବା ବେଳେ ଗରିବଙ୍କ ପେଟକୁ ମାରି ଚାଉଳ ବାଟମାରଣା ହେଉଥିବା ଅଭିଯୋଗ ଆସିଛି । କଳାହାଣ୍ଡି ଜିଲା କୋକସରା ଗ୍ରାମ ପଞ୍ଚାୟତରେ ସୋମବାର ପିଡ଼ିଏସ ଚାଉଳ ବଣ୍ଟନ ସମୟରେ ହିତାଧିକାରୀ ମାନେ ଚାଉଳ ଓଜନ କରିବାରୁ ୫୦ କେଜି ଚାଉଳ ବଦଳରେ କିଛି ବସ୍ତାରେ ୪୪ କେଜି ତ କିଛି ବସ୍ତାରେ ୪୬ କେଜି ଚାଉଳ ରହିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। କୋକସରା ଏଫ ସି ଆଇ ଚାଉଳ ଗୋଦାମରୁ କୋକସରା ବ୍ଲକର ୨୨ ପଞ୍ଚାୟତ ଗୋଦାମକୁ ଚାଉଳ ପରିବହନ ପାଇଁ ଜଣେ ଠିକାଦାର ରହିଛନ୍ତି। ତେବେ ପଞ୍ଚାୟତକୁ ଚାଉଳ ଆସିବା ବାଟରେ କିଏ ଚାଉଳ ବାଟମାରଣା କରୁଛି ତାହା ସନ୍ଦେହ ଘେରରେ ରହିଥିବା ବେଳେ ବାଟମାରଣା ପଛରେ ପରିବହନ ଠିକାଦାର ନା ପଞ୍ଚାୟତ କର୍ମଚାରୀଙ୍କ ହାତ ରହିଛି ତାହାକୁ ନେଇ ତଦନ୍ତ କରିବାକୁ ଦାବି କରିଛନ୍ତି। ପଞ୍ଚାୟତର ୬ ନମ୍ବର ୱାର୍ଡ଼ ସଭ୍ୟ ଗୁଣନିଧି ବାଗ, ବନମାଳୀ ପ୍ରଧାନୀ, ପ୍ରତାପ ପ୍ରଧାନୀ, ରୂପଧର ନାଗ, ନାରାୟଣ ଶର୍ମା ସମେତ ଅନେକ ହିତାଧିକାରୀ ମାନେ ଅଭିଯୋଗ କରିଛନ୍ତି। ହିତାଧିକାରୀମାନେ ଏନେଇ କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି। ପୂର୍ବରୁ ମଧ୍ୟ ଅନୁରୂପ ଘଟଣା ଡ଼ହଗାଁ ପଞ୍ଚାୟତରୁ ଅଭିଯୋଗ ହୋଇଥିଲା। ଘଟଣା ସମ୍ପର୍କରେ କୋକସରା ଯୋଗାଣ ବିଭାଗ ଅଧିକାରୀ ଜଗାରାମ ମୁର୍ମୁଙ୍କ ପ୍ରତିକ୍ରିୟା ନେବାରୁ ଘଟଣା ସମ୍ପର୍କରେ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri