Posted inରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ତାତିରୁ ମିଳିବ ଆଶ୍ଵସ୍ତି

ଭୁବନେଶ୍ୱର,୨୨ା୪: ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଘଡ଼ଘଡ଼ି ସହ ବର୍ଷା ଓ ପବନ ଯୋଗୁଁ କ୍ଷୟକ୍ଷତି ମଧ୍ୟ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର ସକାଳୁ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ବାୟୁଚଳା ଚଳ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

ଏହା ପ୍ରଭାବରେ ବିଜୁଳି ଘଡଘଡି ସହ ପବନ ତଥା କିଛି ଜିଲାରେ କୁଆପଥର ବର୍ଷା ମଧ୍ୟ ସମ୍ଭାବନା ରହିଛି l ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆହୁରି ୨ ରୁ ୩ଡ଼ିଗ୍ରୀ ହ୍ରାସ ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ନୂଆପଡ଼ାରେ ୪୪, ତାଳଚେର ୪୩.୮, ଝାରସୁଗୁଡ଼ା ଓ କେନ୍ଦୁଝରରେ ୪୩.୬, ଅନୁଗୋଳ ୪୩.୩, ବଲାଙ୍ଗୀର ୪୩.୨, ସୁନ୍ଦରଗଡ଼ ଓ ବୌଦ୍ଧରେ ୪୩, ଢେଙ୍କାନାଳ ୪୨.୯, ଟିଟିଲାଗଡ଼ ୪୨.୫, ରାଉରକେଲା ୪୨.୧, ଭବାନୀପାଟଣା ଓ ନୟାଗଡ଼ରେ ୪୨, ଚାନ୍ଦବାଲି ଓ ହୀରାକୁଦରେ ୪୧.୯, ଭଦ୍ରକ ୪୧.୮, ସମ୍ବଲପୁର ଓ ମାଲକାନଗିରିରେ ୪୧.୭, କଟକ ଓ ଭୁବନେଶ୍ୱରରେ ୪୧.୬, ପାରଳାଖେମୁଣ୍ଡି ଓ ଯାଜପୁରରେ ୪୧, ଫୁଲବାଣୀ, ସୋନପୁର, ବରଗଡ଼ ଓ କେନ୍ଦ୍ରାପଡ଼ାରେ ୪୦.୮, ବାଲେଶ୍ୱର ଓ ଖୋର୍ଦ୍ଧାରେ ୪୦.୫ ଏବଂ ଜଗତ୍‌ସିଂହପୁରରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ପୂର୍ବାନୁମାନ ଅନୁଯାୟୀ, ସୋମବାର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ପରବର୍ତ୍ତୀ ତିନିଦିନ ରାଜ୍ୟରେ ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେପଟେ ଶନିବାର ରାତିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୧୨ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାର କୋଲନରାରେ ୨୪.୪, ରାୟଗଡ଼ାରେ ୨୦.୨, ରାୟଗଡ଼ା(ପିଟିଓ) ୧୫.୮, କଳାହାଣ୍ଡିର ଜାଇପାଟଣାଠାରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri