ଆତ୍ମଜୀବନୀ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୧୯।୮: କଟକ ବାଣିଜି୍ୟକ ଅଦାଲତରେ ମଙ୍ଗଳବାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପାଣ୍ଡୁଲିପି ଛପା ମାମଲାର ଶୁଣାଣି ହୋଇଥିଲା। ଅଦାଲତର ସିନିୟର ସିଭିଲ ଜଜ୍‌ ବୁଧବାର ଏହାର ଶୁଣାଣି କରିଥିଲେ। ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ ଫକୀର ମୋହନଙ୍କ ଆତ୍ମଜୀବନୀ ପୁସ୍ତକ ‘ମୋ ଜୀବନୀ’ ପ୍ରକାଶ ନ କରିବାକୁ ପ୍ରତିପକ୍ଷଙ୍କୁ କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି।
ଆବେଦନକାରୀ ଡ. ମୀନାକ୍ଷୀ ଦତ୍ତ ପିଟିଶନରେ ଦର୍ଶାଇଛନ୍ତି, ସେ ସ୍ବର୍ଗତ ଫକୀର ମୋହନଙ୍କ ଅଣ ନାତୁଣୀ ଓ ଜନ୍ମବେଳୁ ତାଙ୍କ ଘରେ ରହିଆସୁଥିଲେ। ତେଣୁ ଫକୀର ମୋହନଙ୍କ ଲିଖିତ ସମସ୍ତ ଅସଲି ପାଣ୍ଡୁଲିପିର ସେ ହେଉଛନ୍ତି ସ୍ବତ୍ୱାଧିକାରୀ। ସେ ଫକୀର ମୋହନଙ୍କ ଜୀବନୀ ସମ୍ପର୍କିତ ତଥ୍ୟକୁ ଡିଜିଟାଲାଇଜେଶନ କରିବା ସହ ଜଣେ ପ୍ରକାଶକ ଯୋଗାଡ଼ କରିବାକୁ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ କହିଥିଲେ। କିନ୍ତୁ ତାଙ୍କ ବିନା ଅନୁମତିରେ ପଟ୍ଟନାୟକ ବ୍ୟାସକବିଙ୍କ ଆତ୍ମଜୀବନୀ ବହି ମାଧ୍ୟମରେ ପ୍ରକାଶ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପରେ ସେ ଏହାକୁ ଚ୍ୟାଲେଞ୍ଜ କରି ଏକ ପିଟିଶନ କୋର୍ଟରେ ଦାଏର କରିଥିଲେ। ଗତ ୧୩ରେ ଏହି ମାମଲାର ଶୁଣାଣିବେଳେ ଉଭୟ ପକ୍ଷ ମତ ରଖିଥିଲେ। ପରେ ଗତ ୧୭ରେ ଏହାର ଶୁଣାଣିବେଳେ କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଆଇନଜୀବୀ ଗୌତମ କୁମାର ଆଚାର୍ଯ୍ୟ ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri