ଆତ୍ମଜୀବନୀ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୧୯।୮: କଟକ ବାଣିଜି୍ୟକ ଅଦାଲତରେ ମଙ୍ଗଳବାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପାଣ୍ଡୁଲିପି ଛପା ମାମଲାର ଶୁଣାଣି ହୋଇଥିଲା। ଅଦାଲତର ସିନିୟର ସିଭିଲ ଜଜ୍‌ ବୁଧବାର ଏହାର ଶୁଣାଣି କରିଥିଲେ। ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ ଫକୀର ମୋହନଙ୍କ ଆତ୍ମଜୀବନୀ ପୁସ୍ତକ ‘ମୋ ଜୀବନୀ’ ପ୍ରକାଶ ନ କରିବାକୁ ପ୍ରତିପକ୍ଷଙ୍କୁ କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି।
ଆବେଦନକାରୀ ଡ. ମୀନାକ୍ଷୀ ଦତ୍ତ ପିଟିଶନରେ ଦର୍ଶାଇଛନ୍ତି, ସେ ସ୍ବର୍ଗତ ଫକୀର ମୋହନଙ୍କ ଅଣ ନାତୁଣୀ ଓ ଜନ୍ମବେଳୁ ତାଙ୍କ ଘରେ ରହିଆସୁଥିଲେ। ତେଣୁ ଫକୀର ମୋହନଙ୍କ ଲିଖିତ ସମସ୍ତ ଅସଲି ପାଣ୍ଡୁଲିପିର ସେ ହେଉଛନ୍ତି ସ୍ବତ୍ୱାଧିକାରୀ। ସେ ଫକୀର ମୋହନଙ୍କ ଜୀବନୀ ସମ୍ପର୍କିତ ତଥ୍ୟକୁ ଡିଜିଟାଲାଇଜେଶନ କରିବା ସହ ଜଣେ ପ୍ରକାଶକ ଯୋଗାଡ଼ କରିବାକୁ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ କହିଥିଲେ। କିନ୍ତୁ ତାଙ୍କ ବିନା ଅନୁମତିରେ ପଟ୍ଟନାୟକ ବ୍ୟାସକବିଙ୍କ ଆତ୍ମଜୀବନୀ ବହି ମାଧ୍ୟମରେ ପ୍ରକାଶ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପରେ ସେ ଏହାକୁ ଚ୍ୟାଲେଞ୍ଜ କରି ଏକ ପିଟିଶନ କୋର୍ଟରେ ଦାଏର କରିଥିଲେ। ଗତ ୧୩ରେ ଏହି ମାମଲାର ଶୁଣାଣିବେଳେ ଉଭୟ ପକ୍ଷ ମତ ରଖିଥିଲେ। ପରେ ଗତ ୧୭ରେ ଏହାର ଶୁଣାଣିବେଳେ କୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ। ଆଇନଜୀବୀ ଗୌତମ କୁମାର ଆଚାର୍ଯ୍ୟ ଏହି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri