ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିିତ୍‌ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ରଞ୍ଜିିତ୍‌ ବରାଳଙ୍କ ଯୁକ୍ତି ଉପରେ ବିଧାୟକ ଜେନାଙ୍କ ପକ୍ଷରୁ ଗୁରୁବାର ହାଇକୋର୍ଟରେ ଜବାବ ପ୍ରଦାନ ଶେଷ ହୋଇଛି। ହାଇକୋର୍ଟ ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ଆଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏପ୍ରିଲ୍‌ ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, ୨୦୨୧ ଜାନୁଆରୀ ୨ ତାରିଖରେ ମାହାଙ୍ଗାରେ ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ହେଲେ ମାହାଙ୍ଗା ପୋଲିସ୍‌ ଏହି ହତ୍ୟା ମାମଲାରେ ଅଭିଯୋଗ ଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍‌ ଦେଇଥିଲା। ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହାଜର ହେବାକୁ କୁହାଯାଇଥିଲା। ବିଧାୟକ ଜେନାଙ୍କ ବିରୋଧରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ କଗ୍ନିଜାନ୍ସ ଗ୍ରହଣ କରିଥିଲେ। ଏଥିସହ ଜେନାଙ୍କୁ ୨୦୨୩ ଅକ୍ଟୋବର ୩୧ ତାରିଖରେ ହାଜର ହେବାକୁ ସମନ ଜାରି କରିଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ନିମ୍ନକୋର୍ଟର କଗ୍ନିଜାନ୍ସ ଏବଂ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ପିଟିଶନ ଦାଏର କରାଯାଇଥିଲା। ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri