ଅନ୍ତର୍ଜାତୀୟ ବୁକର ପୁରସ୍କାର ଜିତିବାରେ ସବୁଠାରୁ କମ୍‌ ବୟସର ଲେଖକ ହେଲେ ମାରିକେ

ଲଣ୍ଡନ,୨୭।୮: ନେଦରଲ୍ୟାଣ୍ଡସର ୨୯ ବର୍ଷୀୟ ମାରିକେ ଲୁକାସ ରେଜନେବେଲ୍ଡ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ଜିତିଥିବା ସବୁଠାରୁ କମ୍‌ ବୟସର ଲେଖକ ପାଲଟି ଯାଇଛନ୍ତି। ତେବେ ଏହି ପୁରସ୍କାର ମୂଳ ବୁକର ପୁରସ୍କାରଠାରୁ ଭିନ୍ନ। ଏହାର ମୂଳ ଉଦ୍ଦେଶ୍ୟ ହେଲା ବିଶ୍ୱରେ ଭଲ ଉପନ୍ୟାସର ଅଧିକ ପ୍ରକାଶନ ଓ ଏହାକୁ ପଢିବାକୁ ପ୍ରୋତ୍ସାହିତ କରିବା। ରେଜନେବେଲ୍ଡଙ୍କ ପୁସ୍ତକ ‘ଦ ଡିସକମ୍ଫର୍ଟ ଅଫ୍‌ ଇଭିନିଂ’କୁ ବୁଧବାର ବିଜେତା ଘୋଷଣା କରାଯାଇଛି। ଏହା ଗ୍ରାମୀଣ ନେଦରଲ୍ୟାଣ୍ଡସର ଏକ ହାର୍ଡକୋର ଇସାଇ ସମ୍ପ୍ରଦାୟର ଗୋଟିଏ କୃଷକ ପରିବାରର କାହାଣୀ। ନିୟମ ଅନୁଯାୟୀ, ପୁରସ୍କାର ରାଶି ୫୦,୦୦୦ ପାଉଣ୍ଡକୁ ଲେଖକ ଓ ଅନୁବାଦକ ମିଶେଲ ହଚିସନଙ୍କ ମଧ୍ୟରେ ସମାନ ଭାବରେ ବାଣ୍ଟି ଦିଆଯିବ। ସୂଚନାଯୋଗ୍ୟ, ଚଳିତବର୍ଷ ଏହି ଦୌଡରେ ୩୦ ଭାଷାରେ ଅନୁବାଦ କରାଯାଇଥିବା ୧୨୪ଟି ପୁସ୍ତକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri