ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର

ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁଶନ କନ୍‌ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ୧୧ତମ ଆନ୍ତର୍ଜାତୀୟ ଶିଶୁ/ଯୁବ ଚଳଚ୍ଚିତ୍ର ମହୋତ୍ସବ(ସିଫସି) ଅନୁଷ୍ଠିତ ହେବ। ଏନେଇ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ଏପରିକି ଆନ୍ତର୍ଜାତୀୟ ଶିଶୁ/ଯୁବ ଚଳଚ୍ଚିତ୍ର ମହୋତ୍ସବର ୩ ଦିନ କାର୍ଯ୍ୟକ୍ରମ ଉପରେ ସବିଶେଷ ସୂଚନା ପ୍ରଦାନ କରାଯାଇଛି।

ଏହି ଚଳଚ୍ଚିତ୍ର ମହୋତ୍ସବରେ ୧୫ ଦେଶର ପିଲାମାନଙ୍କ ନିର୍ମିତ ୩୦ରୁ ଊଦ୍ଧର୍‌ବ ଫିଚର୍‌ ଫିଲ୍ମ, କ୍ଷୁଦ୍ର ଫିଲ୍ମ, ଡକୁମେଣ୍ଟାରୀ ଫିଲ୍ମ ପ୍ରଦର୍ଶିତ ହେବ। ଏହାସହ ବିଭିନ୍ନ ଦେଶ ବିଦେଶରୁ ଆସିଥିବା ରାଷ୍ଟ୍ରଦୂତଙ୍କ ଦ୍ୱାରା କର୍ମଶାଳା, ମାଷ୍ଟର କ୍ଲାସ ଓ ପେନାଲ ଜରିଆରେ ବିଶସ୍ତରୀୟ ପ୍ଲାଟଫର୍ମରେ ସାମିଲ ହେବା ପାଇଁ ପ୍ରଚେଷ୍ଟା ଚାଲିଥିବା ସୂଚନା ଦିଆଯାଇଛି।

ଖବରଦାତା ସମ୍ମିଳନୀରେ ଇନଷ୍ଟଚ୍ୟୁଶନର ନିର୍ଦ୍ଦେଶକ ଡି.ଶ୍ୟାମ , ଡି.ରାମ କୁମାର, ପରିଚାଳନା ମଣ୍ଡଳୀ ସଦସ୍ୟା ଡି.ପଦ୍ମିନୀ, ସଂସ୍ଥାପକ ଶ୍ୱତା ପରଖ, ଦେବେନ୍ଦ୍ର ବିଶି, ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ, ଅଧ୍ୟକ୍ଷା ସୁଶ୍ରୀ ଆରତି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। କଳାହାଣ୍ଡି ଜିଲାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ହେଉଥିବାରୁ ଜିଲାର ଶିଶୁ/ଯୁବକମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri