୧୯ରୁ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆନ୍ତର୍ଜାତିକ ସମ୍ମିଳନୀ

କଟକ,୧୭ା୧(କାର୍ତ୍ତିକ ସାହୁ): କୃଷି ଅନୁସନ୍ଧାନ ଓ ପରିଚାଳନା ସଂସ୍ଥା (ଏସ୍‌ଏଆର୍‌ଏମ୍‌) ଓ କଟକସ୍ଥିତ ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନ୍‌ଆରଆରଆଇ)ର ମିଳିତ ଆନୁକୂଲ୍ୟରେ କୃଷି ନିମନ୍ତେ ପୋଷଣୀୟ ବିକାଶ ଶୀର୍ଷକ ଏକ ଆନ୍ତର୍ଜାତିକ ସମ୍ମିଳନୀ ଆଗ୍ରିଭିଜନ ୨୦୨୪ ଅନୁଷ୍ଠିତ ହେବ। ଆଗାମୀ ୧୯ରୁ ୨୧ ତାରିଖ ୩ ଦିନ ଧରି ଏନ୍‌ଆର୍‌ଆର୍‌ଆଇର ଏମ୍‌କେସିଜି ପ୍ରେକ୍ଷାଳୟରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରର ସୁନାମଧନ୍ୟ ବୈଜ୍ଞାନିକ, ଗବେଷକ ଓ ଛାତ୍ରୀଛାତ୍ର ସମ୍ମିଳନୀରେ ଯୋଗଦେବେ। ଏହି ଅବସରରେ ବୈଜ୍ଞାନିକ ଅଧିବେଶନ, ପୋଷ୍ଟର ଅଧିବେଶନ, ପ୍ରଦର୍ଶନୀ ଏବଂ କୃଷକ ମିଳନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଭାରତ ଓ ରାଜ୍ୟ ସରକାରଙ୍କ ଅଧୀନସ୍ଥ ଅନୁଷ୍ଠାନ ଏନ୍‌ଆରଆରଆଇ, ସିଫା, ସିଏମ୍‌ଏଫ୍‌ଆରଆଇ, ସିଟିସିଆରଆଇ, ଚେସ୍‌, ଫିଶେରୀ ସର୍ଭେ ଅଫ ଇଣ୍ଡିଆ, ବଟାନିକାଲ ସର୍ଭେ ଅଫ ଇଣ୍ଡିଆ, ନାରିକେଳ ଉନ୍ନୟନ ବୋର୍ଡ, କୟର ବୋର୍ଡ, କ୍ରିଭକୋ ପ୍ରମୁଖ ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିବେ।
ମୁଖ୍ୟ ଅତିଥି ଭାବେ ଭାରତୀୟ କୃଷି ଅନୁସନ୍ଧାନ ପ୍ରତିଷ୍ଠାନର ଉପ ମହାନିର୍ଦ୍ଦେଶକ ତିଳକ ରାଜ ଶର୍ମା ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ବିଶିଷ୍ଟ ଅତିଥି ଭାବେ କେନ୍ଦ୍ରୀୟ ଆର୍ୟୁବିଜ୍ଞାନ ପରିଷଦର ମହାନିର୍ଦ୍ଦେଶକ ପ୍ରଫେସର ରବିନାରାୟଣ ଆଚାର୍ଯ୍ୟ ଓ ସମ୍ମାନିତ ଅତିଥି ଭାବେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ଯୋଗ ଦେବେ। ନିଜ କ୍ଷେତ୍ରରେ ପାରିଦର୍ଶିତା ହାସଲ କରିଥିବା ବିଭିନ୍ନ ବୈଜ୍ଞାନିକମାନଙ୍କୁ ଆଜୀବନ ସିଦ୍ଧି ଓ ସୁପ୍ରଖ୍ୟାତ ବୈଜ୍ଞାନିକ ସମ୍ମାନରେ ସମ୍ମାନିତ କରାଯିବ। ରାଜ୍ୟ ସରକାରଙ୍କ ଓଡ଼ିଆ, ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସମ୍ବଲପୁରୀ, ଢେମସା, ପାଇକ ନାଚ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି ବୋଲି ଏନ୍‌ଆରଆରଆଇର ନିର୍ଦ୍ଦେଶକ ଡ. ଅମରେଶ କୁମାର ନାୟକ ଖବରଦାତା ଅନୁଷ୍ଠାନ ପରିସରରେ ସମ୍ମିଳନୀରେ ବୁଧବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri