କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ କୃଷକ /ଅଂଶଧନକାରୀମାନଙ୍କୁ ନେଇ ଏକ ସାଧାରଣ ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମବାୟ ସମିତିର ସଭାନେତ୍ରୀ ଇନ୍ଦୁମତି ଭୋଇ, ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭବାନୀ ଶଙ୍କର ସାହୁ,କୃଷକ ନେତା ନନ୍ଦି କିଶୋର ଭୋଇ,ବୋର୍ଡ ସଦସ୍ୟ ଜୟ ଶଙ୍କର ସାହୁ,ଭରତ ବେହେରା ପ୍ରମୁଖ ମଞ୍ଚାସୀନ ହୋଇ ସମବାୟ ସମିତି ଜରିଆରେ କୃଷକ ମାନଙ୍କ ପାଇଁ ଥିବା ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଡାଟା ଏଣ୍ଟ୍ରି ଅପରେଟର ଅଚିନ ଅନୁଭବ ଷଡଙ୍ଗୀ,ଏଡ଼ିଓ ରମେଶ ଚନ୍ଦ୍ର ସାହୁ, ଧବଳେଶ୍ବର ସାହୁ ,କୈଳାସ ଭୋଇ,ବିଜେମଲ ସାହୁ,କ୍ଷମରାଜ ସାହୁ ,ରାଜୀବ ସାହୁ ଓ ଅନ୍ୟ ଚାଷୀ ମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri