ଟ୍ରମ୍ପ୍‌ଙ୍କ ଟାରିଫ୍‌କୁ ଅଟକାଇଲେ ଅନ୍ତର୍ଜାତୀୟ ଅଦାଲତ

ଓ୍ବାଶିଂଟନ,୨୯ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟାରିଫ୍‌ କାର୍ଯ୍ୟକାରିତା ଉପରେ ମାନ୍‌ହାଟ୍ଟନସ୍ଥିତ ଅନ୍ତର୍ଜାତୀୟ ବାଣିଜ୍ୟ ଅଦାଲତ ରୋକ୍‌ ଲଗାଇଛନ୍ତି। ଯେଉଁ ଦେଶଗୁଡ଼ିକ ଆମେରିକାକୁ ଅଧିକ ସାମଗ୍ରୀ ବିକୁଛନ୍ତି ଓ କମ୍‌୍‌ ସାମଗ୍ରୀ କିଣୁଛନ୍ତି, ସେମାନଙ୍କ ଉପରେ ଟାରିଫ୍‌ ଲଗାଇ ରାଷ୍ଟ୍ରପତି ତାଙ୍କ କ୍ଷମତାଠାରୁ ଅଧିକ ପ୍ରୟୋଗ କରୁଥିବା ଅଦାଲତ କହିଛନ୍ତି।

ଟାରିଫ୍‌ କ୍ଷମତା କାଏମ ରଖିବା ପାଇଁ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଅଦାଲତଙ୍କୁ ନିବେଦନ କରାଯାଇଥିଲା। ଆଇନଗତ ପ୍ରତିବନ୍ଧକ ଯୋଗୁ ଚାଇନା ସହ ବାଣିଜ୍ୟ ଯୁଦ୍ଧର ଦିଗ ବଦଳିବା ସହ ଭାରତ-ପାକିସ୍ତାନ ସଂଘର୍ଷ ପୁଣିଥରେ ଘଟିପାରେ ବୋଲି ପ୍ରଶାସନ ଯୁକ୍ତି ଦର୍ଶାଇଥିଲା।

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ସଂଘର୍ଷ ବେଳେ ଅସ୍ତ୍ରବିରତି ପାଇଁ ଟ୍ରମ୍ପ୍‌ ଟାରିଫ୍‌ କ୍ଷମତାକୁ ଅସ୍ତ୍ର କରିଥିବା ଦାବିକରି ଆସୁଛନ୍ତି। ତେବେ ଅନ୍ତର୍ଜାତୀୟ ବାଣିଜ୍ୟ ଅଦାଲତ ଟ୍ରମ୍ପ୍‌ ପ୍ରଶାସନର ସମସ୍ତ ଯୁକ୍ତିକୁ ଖାରଜ କରିଦେବା ସହ କଂଗ୍ରେସ ଆଇଇଇପିଏ ଅଧୀନରେ ରାଷ୍ଟ୍ରପତିଙ୍କୁ ଅସୀମ କ୍ଷମତା ଦେଇ ନାହିଁ ବୋଲି କହିଛନ୍ତି। କେବଳ ଜରୁରୀ ସମୟରେ ଅସାଧାରଣ ବିପଦର ମୁକାବିଲା ପାଇଁ ରାଷ୍ଟ୍ରପତି ଆବଶ୍ୟକ ଆର୍ଥତ୍କ କଟକଣା ଲଗାଇପାରିବେ ବୋଲି ୩ ଜଣିଆ ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?