ପୁଟିନଙ୍କୁ ଗିରଫ ଓ୍ବାରେଣ୍ଟ ଜାରି କରିବାରୁ ଅନ୍ତର୍ଜାତୀୟ କ୍ରିମିନାଲ କୋର୍ଟର ମୁଖ୍ୟ ବିଚାରପତିଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ରଖିଲା ଋଷିଆ

ମସ୍କୋ,୨୬।୯: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରିଥିବା ଅନ୍ତର୍ଜାତୀୟ କ୍ରିମିନାଲ କୋର୍ଟ(ଆଇସିସି)ର ମୁଖ୍ୟ ବିଚାରପତି ପିଓଟର ହୋଫମାନସ୍କିଙ୍କୁ ଋଷିଆ ମୋଷ୍ଟ ଓ୍ବାଣ୍ଟେଡ ଲିଷ୍ଟରେ ରଖିଛି। ଋଷିଆର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ଡାଟାବେସରେ ଅପଲୋଡ ହୋଇଥିବା ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, ହୋଫମାନସ୍କିଙ୍କୁ ଋଷିଆ ସଂଘର କ୍ରିମିନାଲ କୋଡ ଅନୁଯାୟୀ ଓ୍ବାଣ୍ଟେଡ ଲିଷ୍ଟରେ ରଖାଯାଇଛି। କିନ୍ତୁ ସେ କେଉଁ ଅଭିଯୋଗରରେ ଏହି ଲିଷ୍ଟରେ ରହିଛନ୍ତି ସେ ବିବରଣୀ ମନ୍ତ୍ରଣାଳୟ ଦ୍ୱାରା ଶେୟାର କରାଯାଇ ନାହିଁ।

ଚଳିତ ବର୍ଷ ମାର୍ଚ୍ଚରେ ନେଦରଲ୍ୟାଣ୍ଡର ହେଗରେ ଥିବା ଆଇସିସି ମୁଖ୍ୟାଳୟରେ ହୋଇଥିବା ଶୁଣାଣି ପରେ ପୁଟିନଙ୍କୁ ୟୁକ୍ରେନ ପିଲାମାନଙ୍କୁ ବେଆଇନ ଭାବେ ଦେଶରୁ ବିତାଡିତ କରିବା ଅଭିଯୋଗରେ କୋର୍ଟ ଗିରଫ ନିର୍ଦ୍ଦେଶ ଜାରି କରିଥିଲେ।

ଋଷିଆର ଆଇସିସିରେ ସଦସ୍ୟତା ନାହିଁ। କିନ୍ତୁ ପୁଟିନଙ୍କ ବିରୋଧରେ ଜାରି ୱାରେଣ୍ଟର କୌଣସି ଗୁରୁତ୍ୱ ନାହିଁ ବୋଲି ଋଷିଆ କୋର୍ଟରେ ବାରମ୍ବାର କହିଛି। ଆଇସିସି ସେପ୍ଟେମ୍ବରରେ ୟୁକ୍ରେନରେ ଏକ ଫିଲ୍ଡ ଅଫିସ ଖୋଲିଥିଲା ଯାହାଦ୍ୱାରା ପାଶ୍ଚାତ୍ୟ ସମର୍ଥିତ ଦେଶରେ ମସ୍କୋର ଆକ୍ରମଣ ପାଇଁ ଋଷିଆ ସୈନିକଙ୍କୁ ଉତ୍ତରଦାୟୀ କରାଯାଇପାରିବ। ୟୁକ୍ରେନରେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରିବା ଏବଂ ନିର୍ଯାତନା ଦେଉଥିବା ଅଭିଯୋଗକୁ ଋଷିଆ ଅସ୍ବୀକାର କରିଛି। ଆଇସିସି ଶୁଣାଣିରେ ଋଷିଆକୁ ଏହି ଅଭିଯୋଗର ଜବାବ ଦେବାକୁ ସୁଯୋଗ ଦିଆଯାଇଥିଲା। ଶୁଣାଣି ସମୟରେ ି ଋଷିଆର କୌଣସି ପ୍ରତିନିଧି ଅଂଶଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?