ଆନ୍ତର୍ଜାତିକ ଜିଲାସ୍ତରୀୟ ସମବାୟ ବର୍ଷ ପାଳନ, ସମ୍ବର୍ଦ୍ଧିତ ହେଲା ଟେମ୍‌ରା ସମବାୟ ସମିତି

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ବୁଧବାର କଳାହାଣ୍ଡିରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଟାଉନହଲ ଭବାନୀପାଟଣାଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତା କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଷୀ, ଜୁନାଗଡ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ଜିଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଗିରୀଶ ଚନ୍ଦ୍ର ବେହେରା, କଳାହାଣ୍ଡି ଏମ୍‌ପିଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ମୁଖ୍ୟବକ୍ତା ଭାବେ ଡକ୍ଟର ଉମେଶଚନ୍ଦ୍ର ଶତପଥି, ଉପ ନିବନ୍ଧକ ସମବାୟ ସମିତି ପ୍ରମୋଦ କୁମାର ସାହୁ, ଏଆର୍‌ସିଏସ୍‌, ମଧୁସୂଦନ ମେହେର, ସମବାୟ ବ୍ୟାଙ୍କ ନିର୍ବାହୀ ଅଧିକାରୀ ବନଲତା ଧଳ ଯୋଗଦେଇ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶରୀଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରିଥିଲେ। ପରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳନ ଅବସରରେ ମଧୁବାବୁଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଆନ୍ତର୍ଜାତିକ ସମବାୟ ବର୍ଷ “ସଶକ୍ତ ସମବାୟ, ସୁଦୃଢ ସମାଜ, ସମୃଦ୍ଧ ଜୀବନ” ଓଡିଶା ସମବାୟ ଆନ୍ଦୋଳନର କର୍ଣ୍ଣ ଧାର ମଧୁସୂଦନ ଦାସଙ୍କ ଭୂମିକା, ମଧୁବାବୁଙ୍କ ଆଦର୍ଶ ଜୀବନୀ ସମ୍ପର୍କରେ ଅତିଥିମାନେ ଆଲୋକପାତ କରିଥିଲେ। ଜିଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କ୍ଷେତ୍ରରେ ଦଳ ମତ ନିର୍ବିଶେଷରେ ସମସ୍ତଙ୍କର ସହଯୋଗର ଆବଶ୍ୟକତା, ସମବାୟ ଆନ୍ଦୋଳନର ଭୂମିକା ସମ୍ପର୍କରେ ସମସ୍ତ ଅତିଥି ମତବ୍ୟକ୍ତ କରିଥିଲେ। ଏହି ଅବସରରେ କୋକସରା ବ୍ଲକ ଟେମରା ସମବାୟ ସମିତିର ଉତ୍କର୍ଷତା କାର୍ଯ୍ୟ ସମ୍ପାଦନ ପାଇଁ ପେକ୍ସ ସଭାପତି ନବୀନ ପୁଝାରି ଓ ସମ୍ପାଦକ ରଞ୍ଜନ କୁମାର ପାଣିଗ୍ରାହୀଙ୍କୁ ମାନପତ୍ର ଓ ପ୍ରୋତ୍ସାହନ ରାଶି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri