ରାଷ୍ଟ୍ରପତି ଟ୍ରମ୍ପଙ୍କ ଏହି ବଡ଼ ନିଷ୍ପତ୍ତି ଯୋଗୁ ଭାରତର ଚିନ୍ତା ବଢ଼ିଲା, ଏବେ ଆମେରିକା…

ନୂଆଦିଲ୍ଲୀ,୧୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ଆର୍ଥିକ ନୀତିକୁ ପରିବର୍ତ୍ତନ କରିବାକୁ ସ୍ଥିର କରିଛନ୍ତି। ଯେଉଁଠାରେ ଦେଶର ହିତ ରହିଛି ସେଠାରେ ହିଁ ବ୍ୟବସାୟ କରିବେ ବୋଲି ସ୍ପଷ୍ଟ କରି ସାରିଛନ୍ତି। ଏହି କ୍ରମରେ ଏବେ ଟ୍ରମ୍ପ ଷ୍ଟିଲ୍‌ ଏବଂ ଆଲୁମିନିୟମର ଆମଦାନୀ ଉପରେ ୨୫% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ଏହି ଘୋଷଣାର ପ୍ରଭାବ ଭାରତ ଉପରେ ପଡ଼ିପାରେ ବୋଲି ଆଶା କରାଯାଉଛି।

କହିରଖୁଛୁ, ଟ୍ରମ୍ପ ମଙ୍ଗଳବାର ନଚେତ ବୁଧବାର ଧ୍ୟରେ ଏହି ନୂଆ ଶୁଳ୍କ ନେଇ ଘୋଷଣା କରିପାରନ୍ତି। ଏହାର ସର୍ବାଧିକ କ୍ଷତି ମେକ୍ସିକୋ ଏବଂ ବ୍ରାଜିଲ ଭଳି ଦେଶକୁ ସହିବାକୁ ହେବ। କାନାଡ଼ା, ଦକ୍ଷିଣ କୋରିଆ ଏବଂ ଭିଏତନାମ ଭଳି ଦେଶ ମଧ୍ୟ ଏହି ତାଲିକାରେ ସାମିଲ ଅଛନ୍ତି। ଆମେରିକା ଭାରତଠାରୁ ସର୍ବାଧିକ ଆଲୁମିନିୟମ ଆମଦାନୀ କରିଥାଏ। ୨୦୨୩ରେ ଭାରତ ଆମେରିକାକୁ ୯୪୭.୫୯ ମିଲିୟନ ଡଲାର ଆଲୁମିନିୟମ ରପ୍ତାନୀ କରିଥିଲା।

୨୦୨୩ରେ ଭାରତ ନିଜର ହିତକୁ ଦୃଷ୍ଟିରେ ରଖି ଆମେରିକା ସହ ଏକ ଚୁକ୍ତି କରିଥିଲା। ଉକ୍ତ ଡିଲ ଅନୁଯାୟୀ ଭାରତଠାରୁ ଆଗାମୀ ୩୩୬,୦୦୦ ଟନ୍‌ ଆଲୁମିନିୟମ ଉପରେ କୌଣସି ଶୁଳ୍କ ନ ଲଗାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ହେଲେ ଏହି ଚୁକ୍ତି ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସମୟରେ ହୋଇଥିଲା। ହେଲେ ଏବେ ରାଷ୍ଟ୍ରପତିଙ୍କ ଆସନକୁ ଟ୍ରମ୍ପ ଫେରିଛନ୍ତି। ଏବେ ସେ ଶୁଳ୍କ ଲଗାଇବା ନେଇ ନିଷ୍ପତ୍ତି ନେଇଛନ୍ତି।

ପୂର୍ବରୁ ଟ୍ରମ୍ପ କାନାଡା ଏବଂ ମେକ୍ସିକୋ ଉପରେ ୨୫% ଶୁଳ୍କ ଲଗାଇଥିଲେ। ଚାଇନା ଉପରେ ମଧ୍ୟ ସେ ୧୦% ଶୁଳ୍କ ଲଗାଇଥିଲେ। ପରେ ଆଲୋଚନା କରିବା ପରେ କାନାଡା ଏବଂ ମେକ୍ସିକୋକୁ ଛାଡ଼ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri