ପର୍ଯ୍ୟାୟ ଭିତ୍ତିରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୧।୭: ଅନ୍‌ଲକ-୨ ଅବଧି ମଧ୍ୟରେ ଖୁବ୍‌ଶୀଘ୍ର ଦେଶରେ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ହେବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ଏ ସମ୍ପର୍କରେ ସୂଚନା ଦେଇଛି। କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ଯୋଗାଇଦେବା ସହ ସଂକ୍ରମଣର ସଂଖ୍ୟା ହ୍ରାସ ଲକ୍ଷ୍ୟରେ ସରକାର ମାର୍ଚ୍ଚ ଶେଷ ସପ୍ତାହରେ ଘରୋଇ ଓ ଅନ୍ତର୍ଜାତୀୟ ବିମାନସେବାକୁ ବନ୍ଦ ରଖିଥିଲେ। ବିଗତ ୨ମାସରୁ ଊର୍ଦ୍ଧ୍ୱ ସମୟ ବନ୍ଦ ରହିବା ପରେ ଘରୋଇ ବିମାନ ସେବା ଅଳ୍ପ ସଂଖ୍ୟକ ରୁଟ୍‌ରେ ଆରମ୍ଭ ହୋଇଥଲା। ସେହିଭଳି ଜୁଲାଇ ୧୫ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ବିମାନ ସେବାକୁ ମଧ୍ୟ ବନ୍ଦ ରଖିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ ସୂଚନା ଅନୁସାରେ ବିଭିନ୍ନ ଦିଗକୁ ଅନୁଧ୍ୟାନକରି କେତେକ ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରାଯାଇପାରେ। ଏ ନେଇ ମନ୍ତ୍ରଣାଳୟ ବର୍ତ୍ତମାନ ଚିନ୍ତା କରୁଛି। ଭାରତ ସରକାରଙ୍କ ନିର୍ଦ୍ଦେଶନୁସାରେ ଇଂଲଣ୍ଡ, ଫ୍ରାନ୍ସ ଭଳି ଦେଶରେ ଫସି ରହିଥିବା ଭାରତୀୟଙ୍କୁ ଶୀଘ୍ର ଦେଶକୁ ଫେରାଇଆଣିବା ପାଇଁ ଏୟାର ଇଣ୍ଡିଆ ମାଧ୍ୟମରେ ଯାତ୍ରୀସେବା ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି। ସେହିଭଳି ସରକାର ସାରା ବିଶ୍ୱରେ ଫସି ରହିଥିବା ଭାରତୀୟମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ମେ ୬ରୁ ବନ୍ଦେ ଭାରତ ମିଶନ ନାମରେ ସ୍ବତନ୍ତ୍ର ବିମାନ ସେବା ଆରମ୍ଭ କରିଛନ୍ତି। ଏହି ମିଶନର ତୃତୀୟ ପର୍ଯ୍ୟାୟ ମଧ୍ୟରେ ୮୭୫ଟି ଅନ୍ତର୍ଜାତୀୟ ବିମାନ ଚଳାଚଳ ସହ ପ୍ରାୟତଃ ୫୦ଟି ଦେଶ ଓ ୫ଟି ମହାଦେଶରୁ ପାଖାପାଖି ୧,୨୫,୦୦୦ ଭାରତୀୟ ସ୍ବଦେଶ ଫେରିଥିବା ବିଷୟରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri