ପର୍ଯ୍ୟାୟ ଭିତ୍ତିରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୧।୭: ଅନ୍‌ଲକ-୨ ଅବଧି ମଧ୍ୟରେ ଖୁବ୍‌ଶୀଘ୍ର ଦେଶରେ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ହେବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ଏ ସମ୍ପର୍କରେ ସୂଚନା ଦେଇଛି। କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ଯୋଗାଇଦେବା ସହ ସଂକ୍ରମଣର ସଂଖ୍ୟା ହ୍ରାସ ଲକ୍ଷ୍ୟରେ ସରକାର ମାର୍ଚ୍ଚ ଶେଷ ସପ୍ତାହରେ ଘରୋଇ ଓ ଅନ୍ତର୍ଜାତୀୟ ବିମାନସେବାକୁ ବନ୍ଦ ରଖିଥିଲେ। ବିଗତ ୨ମାସରୁ ଊର୍ଦ୍ଧ୍ୱ ସମୟ ବନ୍ଦ ରହିବା ପରେ ଘରୋଇ ବିମାନ ସେବା ଅଳ୍ପ ସଂଖ୍ୟକ ରୁଟ୍‌ରେ ଆରମ୍ଭ ହୋଇଥଲା। ସେହିଭଳି ଜୁଲାଇ ୧୫ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ବିମାନ ସେବାକୁ ମଧ୍ୟ ବନ୍ଦ ରଖିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ ସୂଚନା ଅନୁସାରେ ବିଭିନ୍ନ ଦିଗକୁ ଅନୁଧ୍ୟାନକରି କେତେକ ନିର୍ଦ୍ଦିଷ୍ଟ ରୁଟ୍‌ରେ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରାଯାଇପାରେ। ଏ ନେଇ ମନ୍ତ୍ରଣାଳୟ ବର୍ତ୍ତମାନ ଚିନ୍ତା କରୁଛି। ଭାରତ ସରକାରଙ୍କ ନିର୍ଦ୍ଦେଶନୁସାରେ ଇଂଲଣ୍ଡ, ଫ୍ରାନ୍ସ ଭଳି ଦେଶରେ ଫସି ରହିଥିବା ଭାରତୀୟଙ୍କୁ ଶୀଘ୍ର ଦେଶକୁ ଫେରାଇଆଣିବା ପାଇଁ ଏୟାର ଇଣ୍ଡିଆ ମାଧ୍ୟମରେ ଯାତ୍ରୀସେବା ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି। ସେହିଭଳି ସରକାର ସାରା ବିଶ୍ୱରେ ଫସି ରହିଥିବା ଭାରତୀୟମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ମେ ୬ରୁ ବନ୍ଦେ ଭାରତ ମିଶନ ନାମରେ ସ୍ବତନ୍ତ୍ର ବିମାନ ସେବା ଆରମ୍ଭ କରିଛନ୍ତି। ଏହି ମିଶନର ତୃତୀୟ ପର୍ଯ୍ୟାୟ ମଧ୍ୟରେ ୮୭୫ଟି ଅନ୍ତର୍ଜାତୀୟ ବିମାନ ଚଳାଚଳ ସହ ପ୍ରାୟତଃ ୫୦ଟି ଦେଶ ଓ ୫ଟି ମହାଦେଶରୁ ପାଖାପାଖି ୧,୨୫,୦୦୦ ଭାରତୀୟ ସ୍ବଦେଶ ଫେରିଥିବା ବିଷୟରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri