ଅଗଷ୍ଟ ୩୧ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୧।୮ : ବର୍ତ୍ତମାନ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ହୋଇପାରିନାହିଁ। ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ଅନ୍ତର୍ଜାତୀୟ ବିମାନ ସେବାକୁ ଅଗଷ୍ଟ ମାସ ୩୧ ଯାଏ ବାତିଲ କରିଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ଶୁକ୍ରବାର ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଡିଜିସିଏ ଅନୁମତିରେ ପରିଚାଳିତ ବିମାନ କମ୍ପାନୀଗୁଡିକ ଲାଗି ଏହି ନିୟମ କାର୍ଯ୍ୟକାରୀ ହେବ। ନିର୍ଦ୍ଦେଶରେ କୁହାଯାଇଛି ଯେ, ବିଦେଶକୁ ପ୍ରାୟ ୨୫୦୦ ଉଡାଣକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ବିଦେଶରେ ଫସି ରହିଥିବା ଭାରତୀୟଙ୍କୁ ଦେଶ ମଧ୍ୟକୁ ଫେରାଇ ଆଣିବା ଏବଂ ଭାରତରେ ଫସି ରହିଥିବା ଲୋକମାନଙ୍କୁ ବିଦେଶ ପଠାଇବା ଲାଗି ପଦକ୍ଷେପ ନିଆଯାଇଛି।
ବନ୍ଦେ ଭାରତ ମିଶନରେ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ଚଳିତ ବର୍ଷ ୬ମେଠାରୁ ୩୦ ଜୁଲାଇ ମଧ୍ୟରେ ୨.୬୭ ଲକ୍ଷ ଯାତ୍ରୀଙ୍କୁ ବିଦେଶରୁ ଭାରତକୁ ଆଣିଛି। ସେହିଭଳି ଅନ୍ୟ ବିମାନ କମ୍ପାନୀଗୁଡିକ ୪.୮୬ ଲକ୍ଷ ଲୋକଙ୍କୁ ଏଭଳି ସେବା ଯୋଗାଇ ଦେଇଛନ୍ତି। ଯାତ୍ରୀ ସୁବିଧା ଲାଗି ଭାରତ, ଆମେରିକା, ଫ୍ରାନ୍ସ ଏବଂ ଜର୍ମାନୀ ଭଳି ଦେଶ ସହ ବବଲ୍‌ ଏଗ୍ରିମେଣ୍ଟ କରିଛି।
ନିକଟରେ କେନ୍ଦ୍ର ସରକାର କୁଏତ ସହ ପରିବହନ ବବଲ୍‌ ଏଗ୍ରିମେଣ୍ଟ କରିଛନ୍ତି। ଏହାଦ୍ୱାରା ସେଠାରେ ଫସି ରହିଥିବା ଲୋକଙ୍କୁ ଭାରତ ଫେରାଇ ଆଣିବାକୁ ଯୋଜନା ହାତକୁ ନିଆଯାଇଛି। ଭାରତରେ ରହିଥିବା ଲୋକଙ୍କୁ ମଧ୍ୟ କୁଏତ ପଠାଇବା ଲାଗି ବ୍ୟବସ୍ଥା କରାଯାଇଛି। ଫସି ରହିଥିବା ଲୋକଙ୍କୁ ଦେଶକୁ ଆଣିବା ତଥା ପଠାଇବା ଲାଗି ଏଭଳି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଡିଜିସିଏ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri