ମେ’ରୁ ପୁଣି ଉଡ଼ିବ ଆନ୍ତର୍ଜାତିକ ବିମାନ

ଭୁବନେଶ୍ୱର, ୩ା୨(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସନ୍ତା ମେ’ ମାସରୁ ପୁଣି ସିଧାସଳଖ ଆନ୍ତର୍ଜାତିକ ବିମାନ ଚଳାଚଳ କରିବ। ଏଥିପାଇଁ ବିମାନ ସେବା ପ୍ରଦାନକାରୀ କମ୍ପାନୀ ଇଣ୍ଡିଗୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ ହୋଇସାରିଛି। ସିଙ୍ଗାପୁର, ଦୁବାଇ ଓ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଉଡ଼ାଣ କରିବ। ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତ, ଏମ୍‌ଓୟୁ ଅନୁସାରେ ଇଣ୍ଡିଗୋ ଦ୍ୱାରା ଭୁବନେଶ୍ୱରରୁ ସିଙ୍ଗାପୁର, ଦୁବାଇ ଓ ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ାଣ କରାଯିବ। ଏଥିନିମନ୍ତେ ମାର୍ଚ୍ଚ ସୁଦ୍ଧା ପୁରୁଣା ଟର୍ମିନାଲ କୋଠାକୁ ନବୀକରଣ କରାଯାଉଛି। ତା’ପରେ ଆନ୍ତର୍ଜାତିକ ବିମାନ ଚଳାଚଳର ଟ୍ରାଏଲ ହେବ ଏବଂ ମେ’ରୁ ଚୂଡ଼ାନ୍ତ ବିମାନ ଚଳାଚଳ କରିବ। ଏମ୍‌ଓୟୁ ଅନୁସାରେ ଇଣ୍ଡିଗୋ ଦ୍ୱାରା ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର ଓ ବ୍ୟାଙ୍କକକୁ ୧୮୬ସିଟ୍‌ ବିଶିଷ୍ଟ ଏୟାରକ୍ରାଫ୍ଟ ସିଧାସଳଖ ଚଳାଚଳ କରିବ। ଏ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଟିକେଟ୍‌ ବିକ୍ରି ମାଧ୍ୟମରେ ରାଜ୍ୟ ସରକାର ରାଜସ୍ବ ସଂଗ୍ରହ କରିବେ। ଏହି ବିମାନ ଚଳାଚଳ ପାଇଁ ଗତ ଡିସେମ୍ବର ୨୮ରେ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଥିଲା। ରାଜ୍ୟ ସରକାର ବିମାନସେବା ପ୍ରଦାନକାରୀ ସଂସ୍ଥାକୁ ପ୍ରସ୍ତାବ ମାଗିଥିଲେ। ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ ବୋଲି ପ୍ରସ୍ତାବ ଦେବା ପରେ ଏମ୍‌ଓୟୁ ହୋଇଥିଲା।
ଉଲ୍ଲେଖଯୋଗ୍ୟ, ଏବେ ଭୁବନେଶ୍ୱର ବିମାନବନ୍ଦରରୁ କୌଣସି ଆନ୍ତର୍ଜାତିକ ବିମାନ ସିଧାସଳଖ ଚଳାଚଳ କରୁନାହିଁ। ୨୦୧୭ରେ ଏୟାର ଏସିଆ ଦ୍ୱାରା ଭୁବନେଶ୍ୱର-କ୍ୱାଲାଲମ୍‌ପୁରମ ଏବଂ ଭୁବନେଶ୍ୱର-ବ୍ୟାଙ୍କକ୍‌ ମଧ୍ୟରେ ବିମାନ ଚଳାଚଳ କରିବା ନିମନ୍ତେ ରାଜ୍ୟ ସରକାର ସବ୍‌ସିଡି ଦେଉଥିଲେ। ଭୁବନେଶ୍ୱର-ବ୍ୟାଙ୍କକ୍‌ ସିଧାସଳଖ ବିମାନ ଚଳାଚଳ ୨୦୧୯ରେ ବନ୍ଦ ହୋଇଯାଇଥିବାବେଳେ ଭୁବନେଶ୍ୱର-କ୍ୱାଲାଲମପୁରମ କୋଭିଡ୍‌ ପୂର୍ବରୁ ବନ୍ଦ ହୋଇଥିଲା। ବର୍ତ୍ତମାନ ଭୁବନେଶ୍ୱରରୁ କୌଣସି ବିମାନ ସିଧାସଳଖ ବିଦେଶକୁ ଯାତ୍ରା କରୁ ନ ଥିବାରୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ତର୍ଜାତୀୟ ଯାତ୍ରୀମାନେ ଏବେ ବି କୋଲକାତା ଏବଂ ଦିଲ୍ଲୀ ବିମାନବନ୍ଦର ଉପରେ ନିର୍ଭର କରୁଛନ୍ତି। ତେବେ ସିଙ୍ଗାପୁର, ଦୁବାଇ ଓ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ଆରମ୍ଭ ହେଲେ ବହୁ ଯାତ୍ରୀ ଉପକୃତ ହେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri