Posted inଖେଳ

କେରଳରେ ହେବ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ : ଖେଳିବ ବିଶ୍ୱ ଚାମ୍ପିୟନ ଆର୍ଜେଣ୍ଟିନା

କୋଚି,୨୩ା୮: ଆସନ୍ତା ନଭେମ୍ବରରେ କେରଳରେ ବିଶ୍ୱ ଚାମ୍ପିୟନ ଆର୍ଜେଣ୍ଟିନା ଏକ ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବ। ଏ ନେଇ ଆର୍ଜେଣ୍ଟିନା ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏହି ମ୍ୟାଚ୍‌ ନଭେମ୍ବର ୧୦ରୁ ୧୮ ମଧ୍ୟରେ କୋଚି କିମ୍ବା ଥିରୁଭାନନ୍ତପୁରମରେ ଖେଳାଯାଇପାରେ।

ମ୍ୟାନେଜର ଲିଓନେଲ ସ୍କାଲୋନିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଜାତୀୟ ଦଳ ଚଳିତ ବର୍ଷ ଦୁଇ ପର୍ଯ୍ୟାୟରେ ଫିଫା ଫ୍ରେଣ୍ଡଲୀ ମ୍ୟାଚ୍‌ ଖେଳିବ। ପ୍ରଥମ ପର୍ଯ୍ୟାୟ ଅକ୍ଟୋବରରେ ୬ରୁ ୧୪ ମଧ୍ୟରେ ଆମେରିକାରେ ଖେଳାଯିବ। ଏହି ମ୍ୟାଚ୍‌ଗୁଡ଼ିକ ଲାଗି ପ୍ରତିପକ୍ଷ ଦଳ ଓ କେଉଁ ସହରରେ ମ୍ୟାଚ୍‌ ଖେଳାଯିବ ତାହା ନିର୍ଦ୍ଧାରଣ ହୋଇପାରି ନାହିଁ।

ଦ୍ୱିତୀୟ ପର୍ଯ୍ୟାୟ ଫ୍ରେଣ୍ଡଲୀ ମ୍ୟାଚ୍‌ ନଭେମ୍ବରରେ ୧୦ରୁ ୧୮ ମଧ୍ୟରେ ଲୁଆଣ୍ଡା, ଆଙ୍ଗୋଲା ଓ କେରଳରେ ହେବ। ଏଥିଲାଗି ଏପର୍ଯ୍ୟନ୍ତ ପ୍ରତିପକ୍ଷ ଦଳ ଧାର୍ଯ୍ୟ ହୋଇ ନାହାନ୍ତି। ଏ ସମ୍ପର୍କରେ କେରଳ କ୍ରୀଡ଼ାମନ୍ତ୍ରୀ ଭି ଅବଦୁରହିମାନ କହିଛନ୍ତି, ଲିଓନେଲ ମେସିଙ୍କ ନେତୃତ୍ୱରେ ବିଶ୍ୱକପ୍‌ ଜିତିଥିବା ଆର୍ଜେଣ୍ଟିନା ଦଳ କେରଳରେ ନଭେମ୍ବରରେ ଏକ ଫ୍ରେଣ୍ଡଲୀ ମ୍ୟାଚ୍‌ ଖେଳିବ। ଏଥିଲାଗି ଆର୍ଜେଣ୍ଟିନା ଫୁଟବଲ ଆସୋସିଏଶନକୁ ଆମେ ଧନ୍ୟବାଦ୍‌ ଦେଉଛୁ। ଏହା କେରଳ ଫୁଟବଲ ଓ ପୂରା କ୍ରୀଡ଼ା ବିଭାଗ ଲାଗି ଐତିହାସିକ ମୁହୂର୍ତ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri