ଓଡ଼ିଆ ଯୁବ ବୈଜ୍ଞାନିକଙ୍କୁ ଅନ୍ତର୍ଜାତୀୟ ଗୋର୍ଡନ ବେଲ୍‌ ପୁରସ୍କାର

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ଆମେରିକାର ଡେନ୍‌ଭରଠାରେ ଆୟୋଜିତ ଏସ୍‌ସି୨୩ ଅନ୍ତର୍ଜାତୀୟ ସମ୍ମିଳନୀରେ ଓଡ଼ିଆ ଯୁବ ବୈଜ୍ଞାନିକ ଗୌରବ ପାଣିଗ୍ରାହୀଙ୍କୁ ‘ଗୋର୍ଡନ ବେଲ୍‌ ପୁରସ୍କାର’ ପ୍ରଦାନ କରାଯାଇଛି। ତାଙ୍କର ପ୍ରକଳ୍ପ ‘ଲାର୍ଜ ସ୍କେଲ୍‌ ମ୍ୟାଟେରିଆଲସ୍‌ ମଡେଲିଂ ଆଟ୍‌ କ୍ୱାଣ୍ଟମ୍‌ ଆକ୍ୟୁରାସି:
ଏବି ଇନିସିଓ ସିମୁଲେସନ୍ସ ଅଫ୍‌ କ୍ୱାସିକ୍ରିଷ୍ଟାଲସ୍‌ ଆଣ୍ଡ୍‌ ଇନ୍‌ଣ୍ଟରାକ୍ଟିଙ୍ଗ ଏକ୍ସଟେଣ୍ଡେଡ୍‌ ଡିଫେକ୍ଟସ୍‌ ଅଫ୍‌ ମେଟାଲିକ୍‌ ଆଲଏସ୍‌’ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ପ୍ରକଳ୍ପରେ ସାମିଲ ଥିବା ଆମେରିକୀୟ ଓ ଭାରତୀୟ ଅନୁଷ୍ଠାନର ୮ଜଣିଆ ଦଳ ମଧ୍ୟରେ ଗୌରବ ସାମିଲ ଅଛନ୍ତି। ବର୍ତ୍ତମାନ ସେ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି)ରେ ପିଏଚ୍‌ଡି ଛାତ୍ରଭାବେ ଗବେଷଣାରତ। ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରତିବର୍ଷ ‘ଗୋର୍ଡନ ବେଲ୍‌ ପୁରସ୍କାର’ ପ୍ରଦାନ କରାଯାଏ। ତେବେ ଏହି ଅନ୍ତର୍ଜାତୀୟ ପୁରସ୍କାର ପାଇବାରେ ଗୌରବ ଅର୍ଜନ
କରିଥିବା ଓଡ଼ିଶାର ଗୌରବ ହେଉଛନ୍ତ ଲିଙ୍ଗରାଜ ପାଣିଗ୍ରାହୀ ଓ ପ୍ରବୀଣା ପଣ୍ଡାଙ୍କ ପୁତ୍ର। ସେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ଡିଏଭି ସ୍କୁଲର ପୂର୍ବତନ ଛାତ୍ର। ସେ ବେଙ୍ଗାଲୁରୁସ୍ଥିତ ଆଇଆଇଏସ୍‌ସିରୁ ପଦାର୍ଥ ବିଜ୍ଞାନରେ ବିଏସ୍‌ସି(ଗବେଷଣା) ଓ ଏମଏସ୍‌ ଡିଗ୍ରୀ ହାସଲ କରିଛନ୍ତି। ସେ ୨୦୧୪ରେ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା (କେଭିପିଓ୍ବାଇ) ଫେଲୋସିପ ଏବଂ ୨୦୨୧ରେ ପ୍ରଧାନମନ୍ତ୍ରୀ ଗବେଷଣା ଫେଲୋସିପ ହାସଲ କରିଛନ୍ତି। ବହୁ ବର୍ଷର ନିଷ୍ଠା ଓ କଠିନ ପରିଶ୍ରମ ବଳରେ ଗୌରବ ଏହି ସଫଳତା ହାସଲ କରିପାରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri