Posted inଖେଳ

ସୋଆରେ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଉତ୍ସବ

ଭୁବନେଶ୍‌ର, ୨୧।୧୨ (ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଟେସ୍‌ ଉତ୍ସବ ଅନୁଷ୍ଠିତ ହେବ। ସୋଆ, ଅନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌ (ଆଇସିଏଫ୍‌), ଅଲ୍‌ ଇଣ୍ଡିଆ ଚେସ୍‌ ଫେଡେରେଶନ (ଏଆଇସିଏଫ୍‌), ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ୍‌ (ଏଓସିଏ) ପକ୍ଷରୁ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯିବ। ଏହି ମେଗା ପ୍ରତିଯୋଗିତା ପାଇଁ ୩୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ରଖାଯାଇଛି। ଏହି ୮ ଦିନିଆ ଟୁର୍ନାମେଣ୍ଟରେ ପାଖାପାଖି ୨୦ଟି ଦେଶରୁ ପ୍ରାୟ ୧୫୦୦ ଖେଳାଳି ଯୋଗ ଦେବା ସମ୍ଭାବନା ଅଛି ବୋଲି ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱ୍‌ବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ କୁମାର ନନ୍ଦ ସୂଚନା ଦେଇଛନ୍ତି।
୨୦୦୮ରେ ତୁର୍କୀରେ ଆୟୋଜିତ ଜୁନିୟର ୱାଲର୍‌ଡ ଚେସ୍‌ ଚାମ୍ପିୟନଶିପ୍‌ର ବିଜେତା ଗ୍ରାଣ୍ଡମାଷ୍ଟର ଅଭିଳିତ ଗୁପ୍ତା (୨୫୯୬ ରେଟିଂ) ଏ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତାର ଟପ୍‌ ସିଡ୍‌ ଖେଳାଳି ବିବେଚିତ ହେଉଛନ୍ତି। ଡେନ୍‌ମାର୍କ, ନେଦରଲାଣ୍ଡ୍ସ, ଇରାନ୍‌, ଶ୍ରୀଲଙ୍କା, ଭିଏଟ୍‌ନାମ, ଆର୍ମେନିଆ, ବେଲାରୁଷ, ଇଜିପ୍ଟ, ଫିଲିପାଇନ୍ସ, ରୁଷିଆ, ତୁର୍କମେନିସ୍ତାନ, ଉଜ୍‌ବେକିସ୍ତାନ, ସ୍ଲୋଭାକିଆ, କିମ୍ବାୱେ ଓ ଭାରତର ଚେସ୍‌ ଖେଳାଳିମାନେ ଏହି ପ୍ରତିଯୋଗିତାରେ ଭାଗ ନେବା ନିମନ୍ତେ ସମ୍ମତି ପ୍ରଦାନ କରିସାରିଛନ୍ତି। ୩ ବର୍ଗରେ ପ୍ରତିଯୋଗିତା ହେବ। କାଟେଗୋରି-ଏ ପାଇଁ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଧାର୍ଯ୍ୟ କରାଯାଇଛି। କାଟେଗୋରି ‘ବି’ ଓ ‘ସି’ ପାଇଁ ୭.୫ ଲକ୍ଷ ଟଙ୍କା ମୋଟ ପୁରସ୍କାର ରାଶି ରଖାଯାଇଛି।
ଏ ଓ ବି’ ବର୍ଗର ପ୍ରତିଯୋଗିତା ୧୦ ରାଉଣ୍ଡ, ସି’ ବର୍ଗରେ ୯ ରାଉଣ୍ଡ ଖେଳ ହେବ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ଉପସଭାପତି ବସନ୍ତ କୁମାର ଦାସ, ସମ୍ପାଦକ ଦେବବ୍ରତ ଭଟ୍ଟ ଓ ସୋଆର ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri