ରୁଷିଆରେ ଭାରତୀୟଙ୍କ ମୃତ୍ୟୁ

ମସ୍କୋ,୭ା୩: ରୁଷିଆରେ ଜଣେ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବା ବୁଧବାର ସେଠାକାର ଅବସ୍ଥାପିତ ଜଣେ ଭାରତୀୟ ଅଧିକାରୀ ସୂଚନା ଦେଇଛନ୍ତି। ମୃତକଙ୍କ ନାମ ମହମ୍ମଦ ଅସଫାନ୍‌। ତାଙ୍କୁ ୟୁକ୍ରେନ୍‌ ବିରୋଧରେ ରୁଷିଆ ପକ୍ଷରୁ ଯୁଦ୍ଧ ଲଢ଼ିବା ପାଇଁ ବାଧ୍ୟ କରାଯାଇଥିବା ଅଧିକାରୀ ଜଣକ କହିଛନ୍ତି। ତେବେ ମୃତକଙ୍କ ସମ୍ପର୍କରେ ସେ ଅଧିକ ତଥ୍ୟ ଦେଇନାହାନ୍ତି। ଅସଫାନ୍‌ଙ୍କ ପରିବାର ଲୋକେ ଏନେଇ ହାଇଦ୍ରାବାଦ ଏମ୍‌ପି ତଥା ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କୁ ଜଣାଇଛନ୍ତି। ଓଓ୍ବାଇସି ମସ୍କୋରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିବା ପରେ ଅସଫାନ୍‌ ହାଇଦ୍ରାବାଦ ବାସିନ୍ଦା ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ମୃତଦେହକୁ ଭାରତକୁ ଫେରାଇ ଆଣିବା ପାଇଁ ଉଦ୍ୟମ ଚାଲିଛି। ପ୍ରକାଶ ଯେ, ୨୦ରୁ ଅଧିକ ଭାରତୀୟଙ୍କୁ ରୁଷିଆରେ ନିଯୁକ୍ତି ଦେବା ପ୍ରଲୋଭନ ଦେଖାଇ ସେଠାର ସେନାରେ ଭର୍ତ୍ତି କରାଯାଇଛି। ଏହି ଯୁବକମାନଙ୍କ ମଧ୍ୟରୁ ୭ ଜଣ ଉଦ୍ଧାର ପାଇଁ ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ…

Bangladesh Election 2026: ତାରିକ ରହମାନଙ୍କ ବିଜୟ ପରେ ବିଦାୟ ନେବେ କେୟାର ଟେକର ‘ୟୁନୁସ’, ଏବେ କ’ଣ ରହିଛି ଯୋଜନ? ଜାଣନ୍ତୁ…

ଢାକା,୧୪।୨: ବାଂଲାଦେଶ ବର୍ତ୍ତମାନ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ଅଛି। ଆୱାମୀ ଲିଗର ପତନ ପରେ, ନୋବେଲ ଶାନ୍ତି ପୁରସ୍କାର ବିଜେତା ଡକ୍ଟର ମହମ୍ମଦ ୟୁନୁସ କ୍ଷମତାର…

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ…

ବାଂଲାଦେଶର ଭାବି ପ୍ରଧାନମନ୍ତ୍ରୀଙ୍କର ରହିଛି ବଡ଼ ରୋଚକ ପ୍ରେମ କାହାଣୀ! କଠିନ ସମୟରେ ବି ହାତ ଛାଡି ନ ଥିଲେ ପତ୍ନୀ

ଢାକା,୧୩।୨: ବାଂଲାଦେଶର ରାଜନୀତି ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ଅଛି। କ୍ଷମତା ପରିବର୍ତ୍ତନ ଏବଂ ନିର୍ବାଚନୀ ବିଜୟ ପରେ, ଏବେ ଦେଶରେ ଏକ ନୂତନ ନେତୃତ୍ୱ ବିଷୟରେ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri