ଏକତା ରଖି ସଂଗଠିତ ହେବାକୁ ଆହ୍ବାନ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ସୋମବାର ଗୋପାଳପୁର ବନ୍ଦର ନିକଟ ଆର୍ଯ୍ୟପଲ୍ଲୀ କମ୍ୟୁନିଟି୍‌ ହଲ୍‌ରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଜିଲା ଉପସଭାପତି ଶଙ୍କର ଦାଶ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ପୂର୍ବତନ ଉପବାଚସ୍ପତି ତଥା ରାଜ୍ୟ କୃଷି ମାର୍କେଟିଂ ବୋର୍ଡର ରାମଚନ୍ଦ୍ର ପଣ୍ଡା ଯୋଗଦେଇ ଶ୍ରମିକମାନଙ୍କ ଲାଗି ଉଦ୍ଦିଷ୍ଟ ବିଭିନ୍ନ ଆଇନ ଉପରେ ଆଲୋଚନା କରିଥିଲେ। ଏପରିକି ସରକାର ଶ୍ରମିକମାନଙ୍କୁ ସମସ୍ତ ସୁବିଧାସୁଯୋଗ ଯୋଗାଇଦେବାକୁ କହିଥିଲେ। କେନ୍ଦ୍ର ସରକାରଙ୍କ ଶ୍ରମିକମାରଣ ନୀତିକୁ ଶ୍ରମିକ ନେତାମାନେ ତୀବ୍ର ସମାଲୋଚନା କରିଥିଲେ। ସମସ୍ତେ ଏକଜୁଟ ହେଲେ ଶ୍ରମିକଙ୍କ ନ୍ୟାଯ୍ୟ ଦାବି ପୂରଣ ହୋଇପାରିବ
ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜି. ସନ୍ତୋଷ ରେଡ୍ଡୀ, ଦୁର୍ଯ୍ୟୋଧନ ବେହେରା, ତ୍ରିଲୋଚନ ବେହେରା, ଏସ୍‌. ସଞ୍ଜୀବ ରେଡ୍ଡୀ, ତ୍ରିନାଥ ରେଡ୍ଡୀ, କେ. କେଦାର, ଆର. ଗୋବିନ୍ଦା, ବି. ଭୀମସେନ ବେହେରା ପ୍ରମୁଖ ଶ୍ରମିକମାନଙ୍କ ସ୍ବାର୍ଥ ଓ କଲ୍ୟାଣକୁ ନେଇ ସଂଗଠିତ ହୋଇ କାମ କରିବାକୁ ଆହ୍ବାନ ଦେଇଥିଲେ। ସଭାରେ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ସହ ଶ୍ରମିକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri