ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଦୃଢ଼ତାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠିର ପ୍ରଶଂସା

ନୂଆଦିଲ୍ଲୀ,୧୯।୧୨: ବୈଶ୍ୱିକ ପ୍ରତିକୂଳ ପରିସ୍ଥିତି ସତ୍ତେ୍ୱ ଭାରତୀୟ ଅର୍ଥନୀତିର ଅଭିବୃଦ୍ଧି ଓ ଦୃଢ଼ତାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି – ଆଇ.ଏମ୍‌‌.ଏଫ୍‌‌. ପ୍ରଶଂସା କରିଛି। ଏହା ପକ୍ଷରୁ ପ୍ରକାଶିତ ବାର୍ଷିକ ପରାମର୍ଶ ରିପୋର୍ଟରେ କୁହାଯାଇଛି, ଭାରତ ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ବିଶ୍ୱ ସ୍ତରରେ ଏକ ଉଲ୍ଲେଖନୀୟ ପ୍ରଦର୍ଶନକାରୀ ରାଷ୍ଟ୍ର ହୋଇପାରିଛି।

ବିଶ୍ୱର ଅର୍ଥନୀତିକ ଅଭିବୃଦ୍ଧିରେ ଭାରତର ଅବଦାନ ୧୬ ଶତାଂଶରୁ ଅଧିକ ରହିବ । ବାସ୍ତବବାଦୀ ଓ ବୁଦ୍ଧିମାନ ସ୍ଥୂଳ ଆର୍ôଥକ ନୀତି ଦ୍ୱାରା ଭାରତ ଚଳିତବର୍ଷ ବିଶ୍ୱର ଅନ୍ୟତମ ଦ୍ରୁତତମ ଅଭିବୃଦ୍ଧିଶୀଳ ରାଷ୍ଟ୍ର ହେବାକୁ ଯାଉଛି ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଥିରେ ଆହୁରି କୁହାଯାଇଛି, ଭାରତ ସରକାର ଭିତ୍ତିଭୂମି ଏବଂ ଲଜିଷ୍ଟିକ୍ ବିକାଶରେ ପୁଞ୍ଜିନିବେଶ ପାଇଁ ବିଶେଷ ଗୁରୁତ୍ୱ ଦେଉଛନ୍ତି ।

ଅର୍ଥନୀତିକ ଅଭିବୃଦ୍ଧି ପାଇଁ ଏହା ଏକ ଅତି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା । ଭାରତ ସରକାର ଅନେକ ଢାଂଚାଗତ ସଂସ୍କାର କାର୍ଯ୍ୟକାରୀ କରିଛନ୍ତି । ସେଥିମଧ୍ୟରୁ ‘ଡିଜିଟାଇଜେସନ’ ଏକ ମହତ୍ତ୍ୱାଂକାକ୍ଷୀ କାର୍ଯ୍ୟକ୍ରମ। ଦୀର୍ଘଦିନ ଧରି କାର୍ଯ୍ୟକାରୀ ହେଉଥିବା ଏହି କାର୍ଯ୍ୟକ୍ରମ ଦ୍ୱାରା ଦେଶର ଆର୍ଥିକ
ଅଭିବୃଦ୍ଧି ବଢାଇବା ନିମନ୍ତେ ଏକ ସୁଦୃଢ ମଞ୍ଚ ତିଆରି ହୋଇଛି । ଏହା ମଧ୍ୟ ଭବିଷ୍ୟତରେ ଉତ୍ପାଦକତା ବଢାଇବାରେ ସହାୟକ ହେଉଛି ବୋଲି ଆଇ.ଏମ୍‌‌.ଏଫ୍‌‌ କହିଛି। ଏହି ରିପୋର୍ଟରେ ଚଳିତ ଆର୍ଥିକ ବର୍ଷରେ ଭାରତର ଆର୍ଥକ ଅଭିବୃଦ୍ଧି ହାର ୬.୩% ରହିବ ବୋଲି ଆକଳନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri