ବିଓବି ପକ୍ଷରୁ ‘ଅନ୍ତର୍ଜାତୀୟ ମାତୃଭାଷା ଦିବସ’

କଟକ,୨୩।୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଅନ୍ତର୍ଜାତୀୟ ମାତୃଭାଷା ଦିବସ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏକ କ୍ଷେତ୍ରୀୟ ଭାଷା ସାହିତ୍ୟକାର ସମ୍ମାନ ଏବଂ ସଂଗୋଷ୍ଠୀର ଆୟୋଜନ କରାଯାଇଥିଲା। ସେହିଭଳି ଭାରତ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ପ୍ରସିଦ୍ଧ ପଦ୍ମଶ୍ରୀ ପୁରସ୍କାରରେ (ସାହିତ୍ୟ କ୍ଷେତ୍ରରେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷା ରୂପେ ଉପସ୍ଥାପନା କରିବା ପାଇଁ) ସମ୍ମାନିତ ପ୍ରଖ୍ୟାତ ଓଡ଼ିଆ ବିଦ୍ୱାନ ଏବଂ ସାହିତ୍ୟକାର ପଣ୍ଡିତ ଡ. ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସମ୍ମାନିତ କରାଯାଇଥିଲା। ଏପରିକି ବିଓବି କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାରଙ୍କ ଦ୍ୱାରା ଡ. ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ସମ୍ମାନିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟ ଅତିଥି ଡ. ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କଯାଯାଇଥିଲା। ଏହି ଅବସରରେ ବିଓବିର କଟକ କ୍ଷେତ୍ରୀୟ ମୁଖ୍ୟ ରଞ୍ଜିତ କୁମାର ମାତୃଭାଷାର ମହତ୍ତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ଓଡ଼ିଆ ଏକ ଶାସ୍ତ୍ରୀୟ ଭାଷା ଶୀର୍ଷକ ଏକ ସଂଗୋଷ୍ଠୀ ମଧ୍ୟ ଆୟୋଜିତ ହୋଇଥିଲା। ଏହି ଅବସରରେ ଡ. ଅନ୍ତର୍ଯ୍ୟାମୀ ମିଶ୍ର ମାତୃଭାଷାର ବିଭିନ୍ନ ପକ୍ଷ ଉପରେ ବିସ୍ତୃତ ଓ ସାରଗର୍ଭକ ଉଦ୍‌ବୋଧନ ଦେଇଥିଲେ। ସେହିପରି କଟକ ମୁଖ୍ୟ ଶାଖର ଶାଖା ମୁଖ୍ୟ ପ୍ରଭାତ ଦାସ ଗ୍ରାହକ ସେବାରେ ମାତୃଭାଷାକୁ ଗୁରୁତ୍ୱ ଦେଇ ନିଜର ବିଚାରଧାରାକୁ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ। ପରିଶେଷରେ ବିଓବିର ଉପ-କ୍ଷେତ୍ରୀୟ ମୁଖ୍ୟ ନିର୍ବିକାର ରଥ ମୁଖ୍ୟ ଅତିଥି ଏବଂ ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri