୧୧ରୁ ନବମ ଅନ୍ତର୍ଜାତୀୟ ରେଡିଓ ମେଳା

ଭୁବନେଶ୍ୱର,୭।୨(ବ୍ୟୁରୋ):ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ନବମ ଆଉଟ୍‌ରିଚ ଅନ୍ତର୍ଜାତୀୟ ରେଡିଓ ମେଳା ଭୁବନେଶ୍ୱରର ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେବ। ଏହା ଏସିଆ ମହାଦେଶର ଏକମାତ୍ର ରେଡିଓ ମେଳା, ଯେଉଁଥିରେ ଦେଶର ଅନେକ ରେଡିଓ ପ୍ରସାରକ ଓ ରେଡିଓ ଷ୍ଟେଶନ ଯୋଗଦେବେ। ଏହି ଅବସରରେ ପ୍ରସାରଣ କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଭିନ୍ନ ବ୍ୟକ୍ତି ଓ ଅନୁଷ୍ଠାନକୁ ସମ୍ମାନିତ କରାଯିବ। ମେଳାରେ ୩ହଜାରରୁ ଅଧିକ ପ୍ରକାର ପୁରୁଣା ରେଡିଓ, ପ୍ରସାରଣ ସାମଗ୍ରୀ, ହାମ୍‌ ରେଡିଓ ଓ ଗ୍ରାମଫୋନ ପ୍ରଦର୍ଶନ କରାଯିବ। ଫେବୃୟାରୀ ୧୩ରେ ବିଶ୍ୱ ରେଡିଓ ଦିବସକୁ ସ୍ମରଣୀୟ କରିବା ପାଇଁ ଆଉଟ୍‌ରିରିଚ୍‌ ପ୍ରତିବର୍ଷ ଏଭଳି ମେଳାର ଆୟୋଜନ କରୁଛି ବୋଲି ରେଡିଓ ମେଳାର ଆୟୋଜକ ସୁବ୍ରତ କୁମାର ପତି ସୋମବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ମେଳାରେ ଜରୁରିକାଳୀନ ପରିସ୍ଥିତିରେ ରେଡିଓର ଭୂମିକାକୁ ପ୍ରଦର୍ଶିତ କରିବା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ) ଏକ ସ୍ବତନ୍ତ୍ର ଷ୍ଟଲ ଖୋଲିବେ। ଦିଲ୍ଲୀର ବ୍ରଡକାଷ୍ଟ ଇଞ୍ଜିନିୟରିଂ କନ୍‌ସଲ୍‌ଟାଣ୍ଟସ ଇଣ୍ଡିଆ ଲିମିଟେଡ (ବିଇସି ଆଇଏଲ୍‌) ରେଡିଓ ଟ୍ରାନ୍ସମିଟର ଏବଂ ରେଡିଓ ଯନ୍ତ୍ରପାତି ପ୍ରଦର୍ଶନ କରିବେ।
ଏହି ଅବସରରେ ରେଡିଓ ଜକି ସଂଗ୍ରାମଙ୍କୁ ‘ଉପେନ୍ଦ୍ର କୁମାର ପାହାଡ଼ସିଂହ ମେମୋରିଆଲ ଆଓ୍ବାର୍ଡ’, କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କୁ ‘ଲାଇଫ୍‌ ଟାଇମ ଆଚିଭମେଣ୍ଟ ଆଓ୍ବାର୍ଡ’ ଏବଂ ଅବସରପ୍ରାପ୍ତ ଖବର ପାଠକ ରବି ଶତପଥୀଙ୍କୁ ‘ନଦିଆ ବିହାରୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯିବ। ଚଣ୍ଡିଗଡ଼ର ରେଡ଼ିଓ ପଞ୍ଜାବକୁ ଚଳିତବର୍ଷ ଶ୍ରେଷ୍ଠ କମ୍ୟୁନିଟି ରେଡିଓ ଭାବରେ ସମ୍ମାନିତ କରାଯିବା ସହ ଜମୁ କଶ୍ମୀରର ରେଡିଓ ପିର ପଞ୍ଜଲକୁ ଜନ ସେବାରେ ରେଡିଓର ସର୍ବୋତ୍ତମ ବ୍ୟବହାର ପାଇଁ ସମ୍ମାନିତ କରାଯିବ। ଓଡ଼ିଶା ସରକାରଙ୍କ ସଂସ୍କୃତି ଭିଭାଗ ସହାୟତାରେ ମେଳାର ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବ। ସ୍ବାଧୀନତା ଆନ୍ଦୋଳନରେ ରେଡିଓର ଯୋଗଦାନ ସମ୍ପର୍କିତ ଏକ ବିଷୟକୁ ନେଇ ରେଡିଓ ନାଟକ ‘ଦ ଅଣ୍ଡରଗ୍ରାଉଣ୍ଡ ରେଡିଓ’ ଶେଷ ସନ୍ଧ୍ୟାର ଆକର୍ଷଣ ସାଜିବ। ଏହାବ୍ୟତୀତ ମେଳାରେ ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କ ପାଇଁ ନୃତ୍ୟ, ଗୀତ, ଫ୍ୟାଶନ ଶୋ’ ଭଳି ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହେବ। ଛାତ୍ରୀଛାତ୍ରମାନେ ଖବର ପଠନ ଏବଂ ଆରଜେଇଙ୍ଗରେ ଭାଗ ନେଇ ନିଜ ପ୍ରତିଭା ପ୍ରଦର୍ଶନ କରିବେ। ପ୍ରତିଯୋଗିତା ପାଇଁ ଛାତ୍ରୀଛାତ୍ର ଅନଲାଇନ ଏବଂ ସ୍ପଟ୍‌ ପଞ୍ଜୀକରଣ କରିପାରିବେ ବୋଲି ଆୟୋଜକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri