ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ

ନୂଆଦିଲ୍ଲୀ,୧୩।୫: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀ କାର୍ଯ୍ୟକ୍ଷେତ୍ରର ନିରାପତ୍ତାରେ ନୂତନ ମାନଦଣ୍ଡ ସ୍ଥିର କରିବା ସହ କର୍ମଚାରୀମାନଙ୍କ ପାଇଁ ଏକ ନିରାପଦ କାର୍ଯ୍ୟ ପରିବେଶ ନିଶ୍ଚିତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛି। ଫଳରେ ବ୍ରିଟିଶ ସୁରକ୍ଷା ପରିଷଦ ପକ୍ଷରୁ କ୍ରମାଗତ ୪ର୍ଥ ବର୍ଷ ପାଇଁ ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ ଆୟୋଜିତ ଏକ ପୁରସ୍କାର ବିତରଣ ଉତ୍ସବରେ ଜେଏସ୍‌ଏଲ୍‌କୁ ଇଣ୍ଟରନ୍ୟାଶନାଲ ସେଫ୍ଟି ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜେଏସ୍‌ଏଲ୍‌ର ବରିଷ୍ଠ ଅଧିକାରୀ ସୁଧୀର କୁମାର ଏବଂ ଅଶୋକ ରାଣା କମ୍ପାନୀ ପକ୍ଷରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, କମ୍ପାନୀ ‘ବିଭେଦ’ର ସର୍ବୋଚ୍ଚ ବର୍ଗରେ ଉକ୍ତ ପୁରସ୍କାର ଜିତିଥିଲା। ଏ ସମ୍ପର୍କରେ ଜେଏସ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, କ୍ରମାଗତ ୪ର୍ଥ ଥର ପାଇଁ ଏଭଳି ଏକ ସମ୍ମାନଜନକ ପୁରସ୍କାର ପାଇ ଆମେ ବେଶ୍‌ ଆନନ୍ଦିତ। ଏପରିକି ଉକ୍ତ ସଫଳତା ଆମର କର୍ମଚାରୀଙ୍କ ସ୍ବାସ୍ଥ୍ୟ, ନିରାପତ୍ତା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାର ଏକ ପ୍ରମାଣ। ସେହିଭଳି କମ୍ପାନୀ ପରିସରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ସୁରକ୍ଷା ଆମ ପାଇଁ ସର୍ବଦା ଏକ ପ୍ରମୁଖ ପ୍ରାଥମିକତା ବୋଲି ସେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ (ହିସାର ୟୁନିଟ୍‌) ଉତ୍ପାଦନର ବରିଷ୍ଠ ଉପସଭାପତି ତଥା ମୁଖ୍ୟ ବିଜୟ ବିନ୍ଦଲିଶ କହିଥିଲେ, ଏହି ମାନ୍ୟତା ଆମର କର୍ମଚାରୀଙ୍କ ପାଇଁ ଏକ ନିରାପଦ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଦିଗରେ ଆମର ନିରନ୍ତର ପ୍ରୟାସର ଏକ ପ୍ରତିଫଳନ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri