ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇବେ ନାହିଁ ପୁଟିନ୍‌

ଓ୍ବାଶିଂଟନ/ମସ୍କୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପଙ୍କୁ ୨୭୭ ଇଲେକ୍ଟୋରାଲ ଭୋଟ୍‌ ମିଳିଥିବା ବେଳେ ଡେମୋକ୍ରେଟିକ୍‌ ପ୍ରାର୍ଥୀ କମଲା ହାରିସ ବହୁମତରୁ ପଛରେ ରହିଯାଇଛନ୍ତି। ତେବେ ଏହି ବିଜୟ ପରେ ଟ୍ରମ୍ପଙ୍କ ନିକଟକୁ ବିଶ୍ୱନେତାଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି। ଏସବୁ ମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଏବେ ଅଭିନନ୍ଦନ ଜଣାଇବେ ନାହିଁ ବୋଲି କହିଛନ୍ତି। ପ୍ରଥମେ ସେ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ କାମକୁ ଦେଖିବେ ବୋଲି ଜଣାଇଛନ୍ତି।

ଅପରପକ୍ଷେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଟ୍ରମ୍ପଙ୍କ ବିଜୟକୁ ନେଇ ଖୁସିବ୍ୟକ୍ତ କରିଛନ୍ତି। ଏହି ବିଜୟ ପ୍ରଭାବଶାଳୀ ହୋଇଥିବା ବେଳେ ଟ୍ରମ୍ପଙ୍କ କାର୍ଯ୍ୟକାଳ ସମୟରେ ୟୁକ୍ରେନରେ ନ୍ୟାୟପୂର୍ଣ୍ଣ ଶାନ୍ତି ସ୍ଥାପନର ରାସ୍ତା ପାଖେଇ ଆସିବ ବୋଲି ସେ କହିଛନ୍ତି।

ତାଜା ଅପ୍‌ଡେଟ୍‌ ମୁତାବକ ଡୋନାଲ୍ଡ ଟ୍ରମ୍ପଙ୍କ ଦଳ ଏବେ ୨୭୯ ଇଲେକ୍ଟୋରାଲ ଭୋଟ୍‌ ସହ ବହୁମତ ହାସଲ କରିଛି। ଅପରପକ୍ଷେ କମଲା ହାରିସ ମାତ୍ର ୨୨୩ ଭୋଟ୍‌ ପାଇଛନ୍ତି।

ସୂଚନାଯୋଗ୍ୟ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ ମୋର ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା। ମୁଁ ଭାରତ-ଆମେରିକାର ବିସ୍ତୃତ ଗ୍ଲୋବାଲ ଏବଂ ଷ୍ଟ୍ରାଟେଜିକ ଭାଗିଦାରୀକୁ ଆହୁରି ମଜବୁତ କରିବାକୁ ଆମର ସହଯୋଗକୁ ନବୀକରଣ କରିବାକୁ ଅପେକ୍ଷା କରିଛି । ଆସନ୍ତୁ ମିଶି ଆମ ଲୋକଙ୍କ କଲ୍ୟାଣ ପାଇଁ ଏବଂ ବିଶ୍ୱ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧତା ପାଇଁ ଏକତ୍ର କାର୍ଯ୍ୟ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri