ଶାଲୁଙ୍କୁ ଇଣ୍ଟରନ୍ୟାଶନାଲ ଓମେନ ଅଫ୍‌ ଦି ଇୟର ପୁରସ୍କାର

ଭୁବନେଶ୍ୱର,୨୦।୯: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର(ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ ‘ଜେଏସ୍‌ପି ଫାଉଣ୍ଡେଶନ’ର ଚେୟାରପର୍ସନ ଶାଲୁ ଜିନ୍ଦଲଙ୍କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଆମେରିକାର ଶିକାଗୋଠାରେ ଭାରତୀୟ ଦୂତାବାସର ସହଯୋଗରେ ଡିଟ୍ରାଇବାଲ୍ସ ଫାଉଣ୍ଡେଶନ୍‌ ଦ୍ୱାରା ଆୟୋଜିତ ସ୍ବଦେଶୀ ମେଳା ‘ଇଣ୍ଡିଆନ ଆମେରିକାନ ଟ୍ରେଡ୍‌ ଫେୟାର’ ଅବସରରେ ଶାଲୁଙ୍କୁ ଇଣ୍ଟରନ୍ୟାଶନାଲ ଓମେନ ଅଫ୍‌ ଦି ଇୟର ପୁରସ୍କାରରେ ପୁରସ୍କୃତ (ସମ୍ମାନିତ) କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା, ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ଭଳି ରାଜ୍ୟର ଗ୍ରାମାଞ୍ଚଳ ତଥା ଆଦିବାସୀ ଅଞ୍ଚଳରେ ୧୦ ନିୟୁତ ଲୋକଙ୍କ ବିକାଶ ନିମନ୍ତେ ଉଲ୍ଲେଖନୀୟ ଅବଦାନ ପାଇଁ ଶାଲୁଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅପରପକ୍ଷରେ ଉକ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହରେ ଶିିକାଗୋସ୍ଥିତ ଭାରତ ଦୂତାବାସର କନ୍‌ସଲ୍‌ ଜେନେରାଲ୍‌ ସୋମନାଥ ଘୋଷ୍‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ଏହି ସମ୍ମାନଜନକ ପ୍ରଶଂସା ପାଇବା ପରେ ଶାଲୁ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଭାରତରେ ଲୋକଙ୍କ ଜୀବନଶୈଳୀକୁ ଆହୁରି ସମୃଦ୍ଧ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଏପରିକି ଏହି ପୁରସ୍କାର ପାଇଥିବାରୁ ମୁଁ ନିଜକୁ ଗୌରବାନ୍ବିତ ମନେ କରୁଛି। ଏହି ପୁରସ୍କାର ଟିମ୍‌ ଜେଏସ୍‌ପି ଫାଉଣ୍ଡେଶନର ସାମୂହିକ ପ୍ରୟାସର ଏକ ସ୍ବୀକୃତି ହୋଇଥିବାବେଳେ ଦେଶ ତଥା ସମଗ୍ର ବିଶ୍ୱରେ ବଞ୍ଚିତ ତଥା ସାମାଜିକ ଦୁର୍ବଳବର୍ଗଙ୍କ ଉଜ୍ଜ୍ୱଳ ତଥା ଅଧିକ ଅନ୍ତର୍ଭୁକ୍ତି ଭବିଷ୍ୟତ ସୃଷ୍ଟି କରିବାକୁ ଆମର ପ୍ରଚେଷ୍ଟା ଜାରି ରହିବ ବୋଲି ଶାଲୁ ମତପ୍ରକାଶ କରିଛନ୍ତି। ସେହିପରି ଜେଏସ୍‌ପି ଫାଉଣ୍ଡେଶନର ଚେୟାରପର୍ସନ୍‌ ଭାବେ ଶାଲୁ ଜିନ୍ଦଲ ମୁଖ୍ୟତଃ ଛତିଶଗଡ଼, ଓଡ଼ିଶା ଓ ଝାଡ଼ଖଣ୍ଡ ଏବଂ ଭାରତର ଅନ୍ୟାନ୍ୟ ଅଞ୍ଚଳରେ ଗୁଣାତ୍ମକ ଶିକ୍ଷା, ସ୍ବାସ୍ଥ୍ୟସେବା, ଦକ୍ଷତା ବିକାଶ ଏବଂ ମହିଳା ସଶକ୍ତୀକରଣ ଏବଂ ସାମାଜିକ ଅନ୍ତର୍ଭୁକ୍ତୀକରଣ କ୍ଷେତ୍ରରେ ବିଭିନ୍ନ କାର୍ଯ୍ୟକ୍ରମ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri