ଜାଣନ୍ତୁ ମହିଳା ଦିବସର ତାତ୍ପର୍ଯ୍ୟ

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ ଏଡିଜେ କୋର୍ଟ ପରିସରସ୍ଥ ବାର ଆସୋସିଏଶନ ଲାଇବ୍ରେରି ହଲରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲାଜଜ୍‌ ଦେବଦତ୍ତ ପଟ୍ଟନାୟକ ଯୋଗଦେଇ ସମାଜରେ ମହିଳାଙ୍କ ଆଇନଗତ ଅଧିକାର ଉପରେ ମତବ୍ୟକ୍ତ କରିଥିଲେ।

ଏଥିସହ ଘରୋଇ ହିଂସା ଓ ଯୌତୁକ ନିର୍ଯାତନା ନିରୋଧ ଆଇନ, ନୂତନ ଭାରତୀୟ ନ୍ୟାୟ ସଂହିତାରେ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଆଇନ ଉପରେ ଏଡିଜେ ପଟ୍ଟନାୟକ କହିଥିଲେ। ବରିଷ୍ଠ ଦଓ୍ବୋନି ଜଜ୍‌ ଦେବାଶିଷ ବିଷୋୟୀ ଶିଶୁକନ୍ୟାଙ୍କୁ ଦିଆଯାଉଥିବା ଯୌନ ନିର୍ଯାତନା ଓ ଏହାର ଦଣ୍ଡ ବିଧାନ ଉପରେ ଆଲୋକପାତ କରିଥିଲେ।

ଏସ୍‌ଡିଜେଏମ୍‌ ସୌମ୍ୟ ରଞ୍ଜନ ପୃଷ୍ଟି ବେଆଇନ ଲିଙ୍ଗ ନିରୂପଣ, ଭ୍ରୁଣ ହତ୍ୟା ଓ ଏ ସଂକ୍ରାନ୍ତରେ ରହିଥିବା ଆଇନଗତ ଦିଗ ସମ୍ପର୍କରେ କହିଥିଲେ। ଜେଏମ୍‌ଏଫସି ଭିଏନା ନାୟକ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଘରୋଇ ହିଂସା ଆଇନ ସମ୍ପର୍କରେ ବୁଝାଇଥିଲେ। ସହାୟକ ଜିଲାପାଳ ରାମଚନ୍ଦ୍ର ମହାପାତ୍ର, ପୂର୍ବତନ ଓକିଲ ସଂଘ ସଭାପତି ଅଭିମନ୍ୟୁ ଗୌଡ, ତାଲୁକ ଆଇନ ସେବା କମିଟି ସଦସ୍ୟ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ବରିଷ୍ଠ ଆଇନଜୀବୀ ରବି ଦାସ ପ୍ରମୁଖ ଅନ୍ତର୍ଜାତୀୟ ମହିଳା ଦିବସର ତାତ୍ପର୍ଯ୍ୟ ଉପରେ ମତ ରଖିବା ସହ ସମାଜରେ ମହିଳା ସମ୍ମୁଖୀନ ହେଉଥିବା ବିଭିନ୍ନ ଅସୁବିଧା ଓ ତା’ର ପ୍ରତିକାର ସମ୍ପର୍କରେ ମତ ଦେଇଥିଲେ। ତାଲୁକ ଆଇନ ସେବା କମିଟି ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଆଦିତ୍ୟ ନାରାୟଣ ରଥ ଏହାର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri