‘ମହିଳାମାନେ ସଶକ୍ତ ହେଲେ ଦେଶ ସମୃଦ୍ଧ ହେବ’

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ମହିଳାମାନେ ସଶକ୍ତ ହେଲେ ଦେଶ ସମୃଦ୍ଧ ହେବା ସହ ବହୁବିଧ ବିକାଶ ହୋଇପାରିବ ବୋଲି ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଶନିବାର ଆୟୋଜିତ ବିଶ୍ୱ ମହିଳା ଦିବସ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ସ୍ଥାନୀୟ ପୁଞ୍ଜିକଂୟା ଛକ ସ୍ଥିତ ଏନ୍‌ଏସି କଲ୍ୟାଣମଣ୍ଡପ ପରିସରରେ ଆୟୋଜିତ ମହିଳା ସମାବେଶରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣ ସଭାପତିତ୍ୱ କରିଥିଲେ। କନିଷ୍ଠ ଯନ୍ତ୍ରୀ ଇଂ.ମମତା କୁମାରୀ ପଣ୍ଡା, ଗୋଷ୍ଠୀ ସଙ୍ଗଠିକା ସାରାଣୀ ପଟ୍ଟନାୟକ ଏବଂ ପରିମଳ ଅଧିକାରୀ ସ୍ବାଗତିକା ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଉପାଧ୍ୟକ୍ଷା କେ.ପୂଜା, ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ,କାଉନସିଲର ନୀଳମାଧବ ଗୌଡ଼,ସୁଶାନ୍ତ କୁମାର ପାତ୍ର, ସୁନିଳ କୁମାର ପଣ୍ଡା, କରିସ୍ମା ନାୟକ,ଜ୍ୟୋସ୍ନା ଜେନା, ସନ୍ତୋଷୀନି ବେହେରା, ଇ.ଗାୟତ୍ରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ପ୍ରତ୍ୟେକ କ୍ଷେତ୍ରରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆଯାଉଛି। ସାମ୍ପ୍ରତିକ ସମାଜରେ ମହିଳା ମାନଙ୍କ ସମ୍ମାନକୁ ଅକ୍ଷୁର୍ଣ୍ଣ ରଖାଯିବା ସହ ସେମାନଙ୍କ ଭୂମିକା ସମ୍ପର୍କରେ ସଭାରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପରେ ଏନ୍‌ଏସି ପକ୍ଷରୁ ବିଭିନ୍ନ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର କର୍ମକର୍ତ୍ତା ଏବଂ ମହିଳା କର୍ମଚାରୀଙ୍କୁ ମାନପତ୍ର ପ୍ରଦାନ କରାଯିବା ସହ ପୁରସ୍କୃତ କରାଯାଇଥିଲା। ଶେଷରେ ନିମପଲ୍ଲୀ ଆବାସିକ ବିଦ୍ୟାଳୟ ଏବଂ ମଧୁବିଦ୍ୟା ପୀଠର ଛାତ୍ରୀଛାତ୍ର ବୃନ୍ଦ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri