‘ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ପ୍ରତିବାଦ କର’

ତୁମୁଡିବନ୍ଧ,୮।୩(ଦୀପକ କୁମାର ପରାସେଠ)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭା ଗୃହରେ ଶନିବାର ପୂର୍ବାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି। ଉକ୍ତ ସଭାକୁ ତୁମୁଡିବନ୍ଧ ବ୍ଳକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବିଘ୍ନେଶ୍ବର ଦିଗାଲ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତୁମୁଡିବନ୍ଧ ବ୍ଳକ ଅଧ୍ୟକ୍ଷା ବାସନ୍ତି ମାଝି ,ସମ୍ମାନୀତ ଅତିଥି ଭାବେ ତୁମୁଡିବନ୍ଧ ସରପଞ୍ଚ ପ୍ରିୟଙ୍କା ପଡରା ,ମହିଳା ସଭା ନେତ୍ରୀ ରେଣୁବାଳା ମହାନ୍ତି, ତୁମୁଡିବନ୍ଧ ଓଏଲ୍‌ଏମ୍‌ବିପିଏମ୍‌ ଅକ୍ଷୟ କୁମାର ପ୍ରଧାନ, ତୁମୁଡିବନ୍ଧ ବ୍ଳକ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ଯନ୍ତ୍ରୀ ସ୍ନେହ ଲତା ପ୍ରଧାନ ଓ ବିଆର୍‌ସି ସ୍ବପ୍ନାମୟୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ବ୍ଲକ୍‌ ଅଧ୍ୟକ୍ଷା ମାଝି ଆଜିର ଦିନରେ ମହିଳା ମାନେ ମୁଖ୍ୟ ସ୍ରୋତକୁ ଆସିବାକୁ ପଡ଼ିବ। ସମାଜରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ପ୍ରତିବାଦ କରିବାକୁ ହେବ। ବିଶେଷକରି ପୁରୁଷମାନେ ମଦ୍ୟପାନ କରି ମହିଳାଙ୍କୁ ଉପରେ ଅତ୍ୟାଚାର କରୁଛନ୍ତି। ବିଗତ ଦିନରେ ଆମ ତୁମୁଡିବନ୍ଧ ଅଞ୍ଚଳରେ ଏପରି ଘଟଣା ଘଟିଛି। ତେଣୁ ମହିଳାମାନେ ସବୁ କ୍ଷେତ୍ରରେ ପାରଦର୍ଶିତା ହୋଇ ଠିଆ ହେବାକୁ ପଡ଼ିବ। ଏହା ପରେ ପରିବାରର ଦାୟିତ୍ୱ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ହାତରେ ରହିଛି। ଗାଁ ର ପରିମଳ ସ୍ବଚ୍ଛ ରଖିବା ସହିତ ସ୍ବାସ୍ଥ୍ୟ ମଧ୍ୟ ଭଲ ରହିବ। ଆମ ସରକାର ମହିଳା ମାନଙ୍କ ପାଇଁ ବହୁତ ଯୋଜନା କରୁଛନ୍ତି ତାହା ଆମେ ଜାଣିବା ଓ ଜଗତକୁ ଜିଣିବା। ଆମେ ସମସ୍ତେ ଏକ ହେବା ଓ କେଉଁ କାରଣ ଆମ ମହିଳା ସମାଜ ପାଇଁ କ୍ଷତିକାରକ ତାହା ଆମେ ଚିହ୍ନଟ କରି ସମସ୍ତେ ମିଶି ଲଢେଇ କରିବା ବୋଲି କହିଛନ୍ତି। ସେହିପରି ବିପିଏମ୍‌ ପ୍ରଧାନ ମହିଳା ମାନଙ୍କ ପାଇଁ ସରକାର କେଉଁ ସବୁ ଯୋଜନା କରିଛନ୍ତି ତାହା ଉପସ୍ଥିତ ମହିଳାମାନଙ୍କୁ ଅବଗତ କରାଇଥିଲେ। ଯନ୍ତ୍ରୀ ପ୍ରଧାନ ବିଭାଗ ତରଫରୁ କିପରି ସ୍ବଚ୍ଛତା ରହିବା ସେ ଉପରେ କହିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଓଡିଶା ଜୀବିକା ମିଶନ ର ସିଆରପିସିଏମ୍‌, ଅଙ୍ଗନଓ୍ବାଡ଼ି କର୍ମୀ ଓ ତୁମୁଡିବନ୍ଧ ଅଞ୍ଚଳର ପ୍ରାୟ ଦୁଇ ଶହରୁ ଅଧିକ ମହିଳା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri