କୋର୍ଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ରବିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍‌ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ତାଲୁକ ଆଇନ୍‌ ସହାୟତା କମିଟି ଅଧ୍ୟକ୍ଷା ମହାଶ୍ୱେତୋ ପରିଜାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଚେତନତା ସଭାରେ ଆଇନଜୀବୀ ହରପ୍ରସାଦ ରଥ ସଂଯୋଜନା କରିଥିଲେ। ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।

ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ଉପସଭାପତି ସନ୍ତୋଷ କୁମାର ସାହୁ, ସମ୍ପାଦକ ପ୍ରଦୀପ କୁମାର ନାୟକ, ପ୍ରାକ୍ତନ ସମ୍ପାଦକ କୁରେଶୁ ପଣ୍ଡା, ପୂର୍ବତନ କାଉନସିଲର ନିରୂପମା ପଟ୍ଟନାୟକ, ଏଏନ୍‌ଏମ ମଞ୍ଜୁଳା କୁମାରୀ ମହାନ୍ତି, ପୂର୍ବତନ ସମିତି ସଭ୍ୟା ସରସ୍ବତୀ ଗୌଡ଼ ଏବଂ ଅଙ୍ଗନବାଡି କର୍ମୀ ଗାୟତ୍ରୀ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ମହିଳାଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ଆଇନ ଏବଂ ମହିଳାଙ୍କ ପାଇଁ ରହିଥିବା ସରକାରୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଏପରିକି ମହିଳାମାନେ ସମ୍ମୁଖୀନ ହେଉଥିବା ସମସ୍ୟା ଗୁଡିକର ସମାଧାନ ପାଇଁ ସମ୍ମିଳିତ ଉଦ୍ୟମ କରାଯିବା ଦିଗରେ ଗୁରୁତ୍ୱାରୋପ କରିଥିଲେ।

ବିଚାର ବିଭାଗୀୟ କର୍ମଚାରୀ ସସ୍ମିତା ମହାରଣା, ଅଞ୍ଜଳି ମହାରଣାଙ୍କ ସମେତ ବହୁ ମହିଳା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଶେଷରେ ଆଇନ ସହାୟତା କମିଟି ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଭିୟୁସ ଏବଂ ରେଷ୍ଟଲେସ ଡେଭଲପମେଣ୍ଟ ସଚ୍ଛୋସେବୀ ଅନୁଷ୍ଠାନର ମିଳିତ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ପ୍ରିୟଙ୍କା ସାହୁ ସଂଯୋଜନା କରିଥିଲେ। ଚିକିଟି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ପନ୍ନଗ ଭୂଷଣ ମାଝୀ, ଜିପିଏଲଏଫ ସୁଦଷ୍ଣା ସାହୁ ଅତିଥି ଭାବେ ମଞ୍ଚାସିନ ଥିଲେ। ମହିଳା ସଶକ୍ତିକରଣ ଓ ସମାଜରେ ମହିଳାଙ୍କ ଅବଦାନକୁ ସମ୍ମାନ ଜଣାଇ ମହିଳା ସ୍ବୟଂ ସହାୟିକା ତଥା ଏମ୍‌ବିକେ ସୁନିତା ରାଣୀ ପାତ୍ର, ସିଆରପି ସୁଜ୍ଞାନି ସାହୁ ଓ ଏଏନଏମ ସୁଲୋଚନା ମହାପାତ୍ରଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ବନ୍ଦନା ସାହୁ, ବର୍ଷା ପାତ୍ର, ମହାପ୍ରସାଦ ମହାପାତ୍ର, ସଙ୍ଗୀତା ମହାରଣା, ଅନିତା ଚାନ୍ଦଙ୍କ ସହିତସତ୍ୟନାରାୟଣ ମହାପାତ୍ର ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?