ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ ଦ୍ଵାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ତହସିଲଦାର ସନ୍ତୋଷ କୁମାର ସାହୁ, ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା,କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର,ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ କୋରେଶୁ ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ବିଭିନ୍ନ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ର ଛାତ୍ରୀ ଛାତ୍ର ଏବଂ ବହୁ ସଂଖ୍ୟକ ଯୁବତୀ ଯୁବକ ଉପସ୍ଥିତ ରହି ଯୋଗ ପ୍ରାଣାୟମ କରିଥିଲେ। ଏନଏସି କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ବର ଗ୍ରାମ  ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ଆଦର୍ଶ ଯୋଗ ଶିକ୍ଷା ପୀଠ ଠାରେ  ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରବିବାର ସକାଳେ ଯୋଗ ଶିକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ସିଦ୍ଧେଶ୍ୱର ପଞ୍ଚାୟତ ସରପଞ୍ଚ ବିଜୟ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ପ୍ରଶିକ୍ଷକ କେଦାର ବିଷୋୟୀ ଙ୍କ ସଂଯୋଜନାରେ  ଆୟୋଜିତ କାର୍ଯ୍ୟକ୍ରମରେ ସିଦ୍ଧେଶ୍ୱର, କୋଟିନଡ଼ା, ଡ଼େଙ୍ଗାପଦର ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରହର  ବହୁ ଗଣ୍ୟମାନ୍ୟ ବ୍ୟକ୍ତି, ଶିକ୍ଷକ, ଏବଂ ବହୁ ସଂଖ୍ୟକ ଯୁବଗୋଷ୍ଠୀ ସାମିଲ ହୋଇ ବିଭିନ୍ନ ଯୋଗାସନ ଓ ପ୍ରାଣାୟାମ କରିଥିଲେ।

ପରେ ଭାରତୀୟ ସଂସ୍କୃତିର ଏହି ମହାନ ଓ ପ୍ରାଚୀନ ପରମ୍ପରାକୁ ଆଦରି ନେଇ ଜୀବନରେ ନିୟମିତ ଯୋଗ କରିବାକୁ ସମସ୍ତେ ସଂକଳ୍ପ ନେଇଥିଲେ। ଆଦର୍ଶ ଯୋଗ ଶିକ୍ଷା ପୀଠ ରେ ଉପସ୍ଥିତ କାର୍ଯ୍ୟକର୍ତ୍ତା  ବୃନ୍ଦ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।  ଭାରତର ଏହି ଅମୂଲ୍ୟ ସମ୍ପଦ ଆଜି ସମଗ୍ର ବିଶ୍ୱକୁ ସୁସ୍ଥ ଓ ନିରୋଗ ରହିବାର ଏକ ନୂତନ ମାର୍ଗ ଦେଖାଉଛି ବୋଲି ଶିବିରରେ ମତପ୍ରକାଶ ପାଇଥିଲା। ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗାଭ୍ୟାସନିହାତି ଆବଶ୍ୟକ ବୋଲି ସରପଞ୍ଚ ମତ ଦେଇଥିଲେ। ବିଭିନ୍ନ ଯୁବ ଗୋଷ୍ଠୀ ର ସକ୍ରିୟ ସହଯୋଗ ରେ ସମସ୍ତ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା। ସେହିପରି ଦିଗପହଣ୍ଡି ମିନି ଷ୍ଟାଡିୟମରେ ଆୟୋଜିତ ଯୋଗାଭ୍ୟାସ ଶିବିରରେ ନାରାୟଣ ସାବତ ସମବେତ ବହୁ ସଂଖ୍ୟକ ବ୍ୟକ୍ତି ଙ୍କୁ ଯୋଗ ,ପ୍ରାଣାୟାମ ର ବିଭିନ୍ନ କଳା କୌଶଳ ସମ୍ପର୍କିତ ତାଲିମ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?