ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ ଯୋଗ ଶାଳା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ମହା ଆଡମ୍ବର ସହିତ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷ ଜି. ପାପା ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ ନିଜ ଅଭିଭାଷଣରେ ନିୟମିତ ଯୋଗାଭ୍ୟାସ ଦ୍ୱାରା ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ହେଉଥିବା ସୁଫଳ ସମ୍ପର୍କରେ ଆଲୋକପାତ କରିଥିଲେ ଏବଂ ସମସ୍ତଙ୍କୁ ଯୋଗକୁ ଦୈନନ୍ଦିନ ଜୀବନର ଅଂଶ କରିବାକୁ ଆହୱାନ ଦେଇଥିଲେ l କାର୍ଯ୍ୟକ୍ରମକୁ ସଂସ୍ଥାନର କ୍ଷେତ୍ର ପ୍ରଧାନ ଦେବରାଜ ବେହେରା, କ୍ଷେତ୍ର ମନ୍ତ୍ରୀ ଭବାନୀ କାନ୍ତ ପଟ୍ଟନାୟକ ଓ କ୍ଷେତ୍ର ପରିଚାଳକ ରଜାକ ହୋସେନ ପ୍ରମୁଖ ପରିଚାଳନା କରିଥିଲେ। ଶତାଧିକ ଯୋଗ ସାଧକ ଓ ସାଧିକା ଏଥିରେ ସାମିଲ ହୋଇ ସମୂହ ଯୋଗାଭ୍ୟାସ କରିଥିଲେ। ଯୋଗ ଓ ପ୍ରାଣାୟାମ ଆଦି ଶେଖ ରାଜାକ ହସେନ ଓ ଦେବରାଜ ବେହେରାଙ୍କ ଦ୍ୱାରା ପରିଚାଳନା କରାଯାଇଥିଲା।ସଂସ୍ଥାନର ଉପଦେଷ୍ଟା ବିଶ୍ୱମ୍ବର ରଥ ଏହି କାର୍ଯ୍ୟକ୍ରମକୁ ମାର୍ଗଦର୍ଶନ କରିଥିଲେ। ଏହି ଅବସରରେ ସଂସ୍ଥାନର ସଦସ୍ୟ ସର୍ବଶ୍ରୀ ଭଗବାନ ବେହେରା, ପିତାମ୍ବର ପଣ୍ଡା, ପ୍ରଦୀପ କୁମାର ପାତ୍ର, ଅସିତ କୁମାର ପଟ୍ଟନାୟକ, ବିଜୟ ପାତ୍ର, ତୁଷାର କାନ୍ତି, ପି ଆଦିୟା ରେଡି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ଶେଷରେ ବିଶ୍ୱମ୍ଭର ରଥଙ୍କ ଦ୍ୱାରା ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା। ରବୀନ୍ଦ୍ର ଦାଶ ଓ ଭବାନୀ କାନ୍ତ ପଟ୍ଟନାୟକଙ୍କ ଦାରା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri