ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ ର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଙ୍କ ସଂଯୋଜନାରେ  ଆୟୋଜିତ  ଶିବିରରେ ସିଭିଲ କୋର୍ଟ ସିନିୟର ଡିଭିଜନ ର ମାଜିଷ୍ଟ୍ରେଟ ମହାଶ୍ବେତା ପରିଜା ଅତିଥି ଭାବେ ଯୋଗଦେଇଥିଲେ। କୋର୍ଟ ର ସମସ୍ତ କର୍ମଚାରୀ ଏବଂ ବହୁ ସଂଖ୍ୟକ ଆଇନଜୀବି ଉପସ୍ଥିତ ରହି ଯୋଗ ଓ ପ୍ରାଣାୟାମ କରିଥିଲେ।  ଭାରତୀୟ ଯୋଗ ଦର୍ଶନ ଏବଂ ଯୋଗର ଉପଯୋଗିତା ବିଷୟରେ ମାଜିଷ୍ଟ୍ରେଟ ଆଲୋକପାତ କରିଥିଲେ । ଖେମୁଣ୍ଡି ଓକିଲ ସଂଘ ର ବରିଷ୍ଠ ସଦସ୍ୟ ରତ୍ନାକର ମେକାପ,ପୋଲିସ କର୍ମଚାରୀ ପ୍ରଭାକର ସାହୁ, ବିଭିନ୍ନ ଯୋଗ କୌଶଳ, ପ୍ରାଣାୟାମ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। କୋର୍ଟ କର୍ମଚାରୀ ପ୍ରଦୀପ ଶତପଥି, ସସ୍ମିତା ମହାରଣା, ଅଞ୍ଜଳି ମହାରଣା,ସଂଗ୍ରାମ କେଶରୀ ପଣ୍ଡା, ପ୍ରଦୀପ ପୁରୋହିତ,ପିଲଚୁ ହେମ୍ବ୍ରମ, ରୁଦ୍ର ପ୍ରସାଦ ତାଣ୍ଡିଆ,ପପୁନ ମହାରଣା,ଆକାଶ କୁମାର ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ପାତ୍ର,କେ. ନକିଆ,ନିରଞ୍ଜନ ଶବର, କାଳିଆ ନାୟକ,ବିକ୍ରମ ବେହେରା ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri