Posted inଜାତୀୟ

ବୈଶ୍ୱିକ ଆନ୍ଦୋଳନରେ ପରିଣତ ହୋଇଛି ଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରୁ ଭାରତବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି , ମୁଁ ଭିଡିଓ ବାର୍ତ୍ତା ମାଧ୍ୟମରେ ତୁମ ସମସ୍ତଙ୍କ ସହ ସଂଯୋଗ କରୁଛି, କିନ୍ତୁ ମୁଁ ଯୋଗ କାର୍ଯ୍ୟକ୍ରମରୁ ଦୂରେଇ ଯାଉନାହିଁ। ଭାରତୀୟ ସମୟ ଅନୁଯାୟୀ ଆଜି ସା ପ୍ରାୟ ୫:୩୦ସମୟରେ ମୁଁ ମିଳିତ ଜାତିସଂଘ ମୁଖ୍ୟାଳୟରେ ଏକ ବିଶାଳ ଯୋଗ କାର୍ଯ୍ୟକ୍ରମରେ ଯୋଗଦେବି। ଭାରତର ଆଓ୍ବାନରେ ବିଶ୍ୱର ୧୮୦ରୁ ଅଧିକ ଦେଶ ଏକାଠି ହେବା ଐତିହାସିକ ଏବଂ ଅଦ୍ଭୁତପୂର୍ବ।

ପ୍ରଧାନମନ୍ତ୍ରୀ କହିଛନ୍ତି , ୨୦୧୪ରେ ଜାତିସଂଘ ସାଧାରଣ ସଭାରେ ଯେତେବେଳେ ଅନ୍ତର୍ଜାତୀୟ ଯୋଗ ଦିବସର ପ୍ରସ୍ତାବ ଆସିଲା, ସେତେବେଳେ ରେକର୍ଡ ସଂଖ୍ୟକ ଦେଶ ଏହାକୁ ସମର୍ଥନ କରିଥିଲେ। ସେବେଠାରୁ ଯୋଗ ଅନ୍ତର୍ଜାତୀୟ ଯୋଗ ଦିବସ ମାଧ୍ୟମରେ ଏକ ବିଶ୍ୱସ୍ତରୀୟ ଆନ୍ଦୋଳନରେ ପରିଣତ ହୋଇଛି।

ଅନ୍ୟପଟେ,ଯୋଗ ଦିବସ ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ଅନ୍ତର୍ଜାତୀୟ ଯୋଗ ଦିବସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ସମଗ୍ର ବିଶ୍ୱକୁ ନେଇଛନ୍ତି। ସେ କହିଛନ୍ତି, ଜୁନ ୨୧ ରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଏ ।

ଅହମ୍ମଦାବାଦରେ ଏକ ନୂତନ ନିର୍ମିତ ଉଦ୍ୟାନର ଉଦଘାଟନ କରି ଅମିତ ଶାହା କହିଛନ୍ତି ଯେ ସମଗ୍ର ବିଶ୍ୱ ଯୋଗକୁ ଆପଣେଇଛି ଏବଂ ଜୁନ ୨୧ରେ ୧୭୦ରୁ ଅଧିକ ଦେଶରେ ଯୋଗ ଦିବସ ପାଳନ କରାଯାଏ। ପ୍ରଧାନମନ୍ତ୍ରୀ ମୋଦି ଏହି ପ୍ରାଚୀନ ଜ୍ଞାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି। ଯୋଗକୁ ସେମାନଙ୍କ ଜୀବନଶୈଳୀର ଏକ ଅଂଶ କରିବାକୁ ପ୍ରଧାନମନ୍ତ୍ରୀ ଲୋକଙ୍କୁ ପ୍ରେରଣା ଦେଇଥିଲେ, ଯାହା ଅନେକଙ୍କ ଜୀବନକୁ ବଦଳାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri