ସବୁ ପଞ୍ଚାୟତକୁ ଏପ୍ରିଲ ସୁଦ୍ଧା ଇଣ୍ଟରନେଟ୍‌ ସଂଯୋଗ

ଭୁବନେଶ୍ୱର,୭ା୧୦(ବ୍ୟୁରୋ):ରାଜ୍ୟର ସବୁ ପଞ୍ଚାୟତରେ ଇଣ୍ଟରନେଟ୍‌ ସଂଯୋଗ କରାଯିବ। ୫-ଟି ଢାଞ୍ଚାରେ ପ୍ରଶାସନକୁ ତ୍ୱରାନ୍ବିତ କରିବା ଲାଗି ଏହି ପଦକ୍ଷେପ ନେଇ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟାନ୍ବୟନ କମିଟି ବୈଠକରେ ଏହା ସ୍ଥିର କରାଯାଇଛି। ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଆଇଟି ସଚିବ ମନୋଜ ମିଶ୍ର ଇଣ୍ଟରନେଟ୍‌ ସଂଯୋଗ ସମ୍ବନ୍ଧିତ ପ୍ରଶାସନିକ, ବୈଷୟିକ ଏବଂ ଆର୍ଥିକ ବିଷୟ ଉପରେ ଆଲୋଚନା ଲାଗି ତଥ୍ୟ ଉପସ୍ଥାପିତ କରିଛନ୍ତି। ଭାରତନେଟ୍‌ ଯୋଜନାରେ ହୋଇଥିବା ଅଗ୍ରଗତିର ସମୀକ୍ଷାକରି ଏପ୍ରିଲ ସୁଦ୍ଧା ସମସ୍ତ ପଞ୍ଚାୟତକୁ ଇଣ୍ଟରନେଟ୍‌ ସଂଯୋଗ କରିବାକୁ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ଡିଜିଟାଲ ଭିତ୍ତିଭୂମି ରାଜ୍ୟ ବିକାଶର ଏକ ପ୍ରମୁଖ ଚାଳକ ହେବ। ପ୍ରତି ପଞ୍ଚାୟତର ମୁଖ୍ୟ କାରବାର କେନ୍ଦ୍ରରେ ଓ୍ବାଇ-ଫାଇ ସଂଯୋଗ ଦିଆଯିବ। ପଞ୍ଚାୟତସ୍ତରର ସବୁ ସରକାରୀ ଅଫିସ, ବ୍ୟାଙ୍କ, ମେଡିକାଲ ଆଦି ଏହି ଇଣ୍ଟରନେଟ ସେବା ପାଇପାରିବେ ବୋଲି ସେ କହିଛନ୍ତି। ଇଣ୍ଟରନେଟ୍‌ ଭିତ୍ତିଭୂମିର ଉପଯୁକ୍ତ ରକ୍ଷଣାବେକ୍ଷଣ ଏବଂ ଆବଶ୍ୟକ ସ୍ଥଳେ ଉନ୍ନତୀକରଣ ଲାଗି ଏକ ନିର୍ଦ୍ଦିଷ୍ଟ ଆନୁଷ୍ଠାନିକ ବ୍ୟବସ୍ଥା କରିବାକୁ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ପଞ୍ଚାୟତରେ ୫ଟି ଇଣ୍ଟରନେଟ୍‌ ପଏଣ୍ଟ ଯୋଗାଇବା ନିମନ୍ତେ ସ୍ଥିର କରାଯାଇଛି। ସେଥିରୁ ସମସ୍ତ କାର୍ଯ୍ୟାଳୟ ସଂଯୋଗ ନେଇପାରିବେ। ପଞ୍ଚାୟତର ମୁଖ୍ୟ ବ୍ୟବସାୟିକ ସ୍ଥାନରେ ଓ୍ବାଇ-ଫାଇ ରହିବ। ଟେଲି ମେଡିସିନ କେନ୍ଦ୍ର, କୃଷି-କିଓକ୍ସ ଆଦିକୁ ମଧ୍ୟ ସଂଯୋଜିତ କରାଯିବ।
ମନୋଜ ମିଶ୍ର କହିଛନ୍ତି, ବର୍ତ୍ତମାନ ଯାଏ ୨୨,୫୪୧ କି.ମି. ଅପ୍ଟିିକାଲ ଫାଇବର କେବୁଲ ବିଛା ସରିଛି। ଅବଶିଷ୍ଟ ୫,୦୬୯ କି.ମି. କେବୁଲ କାର୍ଯ୍ୟ ଶୀଘ୍ର ସରିବ। ସେହିପରି ୪୬୫୧ ପଞ୍ଚାୟତ ଏବଂ ୨୩୦ ବ୍ଲକରେ ଇଣ୍ଟରନେଟ୍‌ ସଂଯୋଗ ଦିଆସରିଛି। ପଞ୍ଚାୟତରେ ଇଣ୍ଟରନେଟ୍‌ ସଂଯୋଗ ମିଳିବା ମାତ୍ରେ ସେସବୁ କାର୍ଯ୍ୟକ୍ଷମ କରାଇବା ଆବଶ୍ୟକ। ଓକାକ୍‌ ରାଜ୍ୟର ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ ଆରମ୍ଭ କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri