ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି ଚାଲିଥିବା ଲଢ଼େଇରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଏକାକି ରହିଗଲେ ପତ୍ନୀ ଶ୍ରୀଜାନା ସୁବେଦୀ। ଶତଚେଷ୍ଟା ସତ୍ତ୍ୱେ ସ୍ବାମୀଙ୍କୁ ବଞ୍ଚାଇ ନ ପାରିବାରୁ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ସେ। ଆଖିରେ ତାଙ୍କର ଲୁହର ବନ୍ୟା। ଗୁରୁବାର ଏହି ଖବର ସାମ୍ନାକୁ ଆସିବା ପରେ ସୋସିଆଲ ମିଡିଆରେ ଶୋକର ଲହର ଖେଳିଯାଇଛି। ସମସ୍ତେ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛନ୍ତି।

Srjana Subedi : साये की तरह पति का साथ निभा रही है ये 'नेपाली' गर्ल

ଜର୍ଜିଆ ବିଶ୍ୱବିଦ୍ୟାଳୟ ପଦାର୍ଥ ବିଜ୍ଞାନ ଏବଂ ଜ୍ୟୋତିର୍ବିଜ୍ଞାନର ନେପାଳୀ ପିଏଚ୍‌ଡି ଛାତ୍ର ବିବେକ ପାଙ୍ଗେନି ୨୦୨୨ରେ ମସ୍ତିଷ୍କ ଟ୍ୟୁମରରେ ପୀଡ଼ିତ ହୋଇଥିବା ଜଣାପଡ଼ିଥିଲା। ସୁଦୂର ଆମେରିକାରେ ତାଙ୍କ ଚିକିତ୍ସା ସମୟରେ ପାଖରେ ଦମ୍ଭ ସାଜି ଛିଡ଼ା ହୋଇଥିଲେ ଶ୍ରୀଜାନା। ସ୍ବାମୀଙ୍କ ପ୍ରତି ତାଙ୍କ ଭଲପାଇବା ଥିଲା ଅଦ୍ୱିତୀୟ। ଅନେକେ ତାଙ୍କୁ କଳିଯୁଗର ସୀତା ବୋଲି ଆଖ୍ୟା ଦେଇଥିଲେ। ନିଜର ଆଶା, ଆକାଂକ୍ଷାକୁ ବଳିଦାନ ଦେଇ ସେ ବିବେକଙ୍କ ଯଥା ସମ୍ଭବ ଯତ୍ନ ନେଇ ଆସୁଥିଲେ। ଅସଂଖ୍ୟ ଥର ଡାକ୍ତରଖାନା ପରିଦର୍ଶନ, ଚିକିତ୍ସା ଏବଂ ଅନିଶ୍ଚିତତାର ମୂହୁର୍ତ୍ତରେ ସେ ପ୍ରେମପୂର୍ଣ୍ଣ ନୟନରେ ସ୍ବାମୀଙ୍କ ସେବା କରୁଥିଲେ।

Viral video: Together in good & bad times! Woman stands rock solid behind husband through cancer ordeal; watch

ସୋସିଆଲ ମିଡିଆରେ ସେ ନିଜର ପ୍ରେମ କାହାଣୀ କହିବା ସହ ସହାୟତା ଲାଗି ନିବେଦନ କରୁଥିଲେ। ବିବେକଙ୍କ ସହ ତାଙ୍କର ଭିଡିଓ ଗୁଡ଼ିକ ବେଶ ଭାଇରାଲ ହେଉଥିଲା। ସମସ୍ତେ ଭାଗ୍ୟରେ ଥିଲେ ଏଭଳି ପତ୍ନୀ ମିଳେ ବୋଲି ରାୟ ରଖୁଥିଲେ। ଏପରିକି ବିବେକଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଥିଲେ। ହେଲେ ତାହା ହୋଇପାରିନାହିଁ। ଗୁରୁବାର ସମସ୍ତଙ୍କୁ ଛାଡ଼ି ଆରପାରିକୁ ଚାଲିଯାଇଛନ୍ତି ସେ। ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ବନ୍ଧୁ, ପରିବାର ଏବଂ ପତ୍ନୀ। ତାଙ୍କର ପରଲୋକ ଖବର କେବଳ ଶ୍ରୀଜାନା ନୁହନ୍ତି ବରଂ ନେପାଳୀ ସମ୍ପ୍ରଦାୟ ଏବଂ କାହାଣୀ ଦ୍ୱାରା ପ୍ରଭାବିତ ହୋଇଥିବା ସମସ୍ତଙ୍କ ପାଇଁ ଅବିସ୍ମରଣୀୟ ଶୂନ୍ୟସ୍ଥାନ ଛାଡ଼ିଛି।

 

View this post on Instagram

 

A post shared by Crzana Subedi (@crzana_subedi_)


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri