ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ ସେବା ସ୍ବଭାବିକ ହୋଇଥିଲେ ମଧ୍ୟ ୧୬୩ ଜାରି ରହିଛି।
ମଙ୍ଗଳବାର ପୋଲିସ ଡିଜି ୱାଇ.ବି ଖୁରାନିଆ ଭଦ୍ରକ ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ସୋସିଆଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ଅପିଲ କରିଥିଲେ।

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣାରେ ଆଉ ୧୨ଜଣଙ୍କୁ ରବିବାର ରାତିରେ ପୋଲିସ ଗିରଫ କରିଛି। ଏପର୍ଯ୍ୟନ୍ତ ପୁରୁଣାବଜାର ଓ ଧାମନଗର ଥାନାରେ ହୋଇଥିବା ମାମଲାରେ ମୋଟ ଗିରଫ ସଂଖ୍ୟା ୨୭ରେ ପହଞ୍ଚତ୍ଛି। ପୋଲିସକୁ ଆକ୍ରମଣ ନେଇ ପୁରୁଣାବଜାର ଥାନାରେ ରୁଜୁ ହୋଇଥିବା ମାମଲା (ନଂ.୨୭୦/୨୪)ରେ ପୂର୍ବରୁ ୭ଜଣ ଗିରଫ ହୋଇଥିଲେ। ରବିବାର ରାତିରେ ଆଉ ୨ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମାମଲା (ନଂ.୨୬୯/୨୪)ରେ ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ୍‌ ନାୟକ ସୂଚନା ଦେଇଛନ୍ତି। ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ ରହିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ ରହିଛି। ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ସକାଳେ ଓ ସନ୍ଧ୍ୟାରେ ଫ୍ଲାଗ୍‌ମାର୍ଚ୍ଚ କରାଯାଉଛି। ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ଡିଆଇଜି କହିଥିଲେ।
ଧାମନଗର ବଜାରରେ ରାସ୍ତାରୋକୋ ମାମଲାରେ ପୂର୍ବରୁ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ରବିବାର ରାତିରେ ୫ ଓ ସୋମବାର ଆଉ ୫ଜଣ ଗିରଫ ହୋଇଛନ୍ତି। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସାରେ ଧାମନଗର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି କହିଛନ୍ତି। ଧାମନଗର ଓ ଦୋବଲ ଅଞ୍ଚଳରେ ୬ ପ୍ଲାଟୁନ ଫୋର୍ସ ସହ ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଛି। କେବଳ ବ୍ୟାଙ୍କ ଓ ଅଫିସିଆଲ କାର୍ଯ୍ୟରେ ଇଣ୍ଟରନେଟ ସେବା ଜାରି ରହିବ। ଏବେ ସୁଦ୍ଧା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ସବୁଆଡ଼େ ପୋଲିସ ପକ୍ଷରୁ ଚେକିଂ କରାଯାଉଛି। ସୋମବଠାରୁ ଏସବୁ ଅଞ୍ଚଳରେ ଦୋକାନ ବଜାର ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ଦୋକାନରେ ୩ରୁ ଅଧିକ ଲୋକ ରହିପାରିବେ ନାହିଁ ଏବଂ ଏସବୁ ଅଞ୍ଚଳରେ ୧୬୩ ଧାରା ବଳବତ୍ତର ରହିଥିବା ପର୍ଯ୍ୟନ୍ତ ସପ୍ତାହିକ ହାଟ ବନ୍ଦ ରହିବ। ପରିସ୍ଥିତିକୁ ଲକ୍ଷ୍ୟ କରି ଇଣ୍ଟରନେଟ ସେବା ବନ୍ଦ ଓ ୧୬୩ ଧାରା ଲାଗୁ ବଢ଼ାଇ ଦିଆଯିବା ସହ ଆଗକୁ ଗିରଫ ସଂଖ୍ୟା ମଧ୍ୟ ବଢ଼ିପାରେ ବୋଲି ଡିଆଇଜି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଏସ୍‌ପି ବାସୁଦେବ ସ୍ବାଇଁ, ଏସ୍‌ଡିପିଓ ତ୍ରିଲୋଚନ ସେଠୀ, ତହସିଲଦାର ଦୀପକ କୁମାର ଦାସ ଓ ଥାନାଧିକାରୀ ଫନିନ୍ଦ୍ର ଭୂଷଣ ନାୟକ ଉପସ୍ଥିତ ଥିଲେ।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri