ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ ସେବା ସ୍ବଭାବିକ ହୋଇଥିଲେ ମଧ୍ୟ ୧୬୩ ଜାରି ରହିଛି।
ମଙ୍ଗଳବାର ପୋଲିସ ଡିଜି ୱାଇ.ବି ଖୁରାନିଆ ଭଦ୍ରକ ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରିଥିଲେ। ସୋସିଆଲ ମିଡିଆରେ ହେଉଥିବା ମିଥ୍ୟା ଅପପ୍ରଚାର ଓ ଗୁଜବଠୁ ଦୂରେଇ ରହିବାକୁ ଜନସାଧାରଣଙ୍କୁ ଅପିଲ କରିଥିଲେ।

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ଓ ଧାମନଗରରେ ଉତ୍ତେଜନା ଘଟଣାରେ ଆଉ ୧୨ଜଣଙ୍କୁ ରବିବାର ରାତିରେ ପୋଲିସ ଗିରଫ କରିଛି। ଏପର୍ଯ୍ୟନ୍ତ ପୁରୁଣାବଜାର ଓ ଧାମନଗର ଥାନାରେ ହୋଇଥିବା ମାମଲାରେ ମୋଟ ଗିରଫ ସଂଖ୍ୟା ୨୭ରେ ପହଞ୍ଚତ୍ଛି। ପୋଲିସକୁ ଆକ୍ରମଣ ନେଇ ପୁରୁଣାବଜାର ଥାନାରେ ରୁଜୁ ହୋଇଥିବା ମାମଲା (ନଂ.୨୭୦/୨୪)ରେ ପୂର୍ବରୁ ୭ଜଣ ଗିରଫ ହୋଇଥିଲେ। ରବିବାର ରାତିରେ ଆଉ ୨ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମାମଲା (ନଂ.୨୬୯/୨୪)ରେ ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ୍‌ ନାୟକ ସୂଚନା ଦେଇଛନ୍ତି। ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ ରହିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ ରହିଛି। ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ସକାଳେ ଓ ସନ୍ଧ୍ୟାରେ ଫ୍ଲାଗ୍‌ମାର୍ଚ୍ଚ କରାଯାଉଛି। ପୋଲିସକୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଜାରି ରଖିଛି ବୋଲି ଡିଆଇଜି କହିଥିଲେ।
ଧାମନଗର ବଜାରରେ ରାସ୍ତାରୋକୋ ମାମଲାରେ ପୂର୍ବରୁ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ରବିବାର ରାତିରେ ୫ ଓ ସୋମବାର ଆଉ ୫ଜଣ ଗିରଫ ହୋଇଛନ୍ତି। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସାରେ ଧାମନଗର ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି କହିଛନ୍ତି। ଧାମନଗର ଓ ଦୋବଲ ଅଞ୍ଚଳରେ ୬ ପ୍ଲାଟୁନ ଫୋର୍ସ ସହ ରାପିଡ୍‌ ଆକ୍ସନ ଫୋର୍ସ ମୁତୟନ କରାଯାଇଛି। କେବଳ ବ୍ୟାଙ୍କ ଓ ଅଫିସିଆଲ କାର୍ଯ୍ୟରେ ଇଣ୍ଟରନେଟ ସେବା ଜାରି ରହିବ। ଏବେ ସୁଦ୍ଧା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ସବୁଆଡ଼େ ପୋଲିସ ପକ୍ଷରୁ ଚେକିଂ କରାଯାଉଛି। ସୋମବଠାରୁ ଏସବୁ ଅଞ୍ଚଳରେ ଦୋକାନ ବଜାର ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ। ଦୋକାନରେ ୩ରୁ ଅଧିକ ଲୋକ ରହିପାରିବେ ନାହିଁ ଏବଂ ଏସବୁ ଅଞ୍ଚଳରେ ୧୬୩ ଧାରା ବଳବତ୍ତର ରହିଥିବା ପର୍ଯ୍ୟନ୍ତ ସପ୍ତାହିକ ହାଟ ବନ୍ଦ ରହିବ। ପରିସ୍ଥିତିକୁ ଲକ୍ଷ୍ୟ କରି ଇଣ୍ଟରନେଟ ସେବା ବନ୍ଦ ଓ ୧୬୩ ଧାରା ଲାଗୁ ବଢ଼ାଇ ଦିଆଯିବା ସହ ଆଗକୁ ଗିରଫ ସଂଖ୍ୟା ମଧ୍ୟ ବଢ଼ିପାରେ ବୋଲି ଡିଆଇଜି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଏସ୍‌ପି ବାସୁଦେବ ସ୍ବାଇଁ, ଏସ୍‌ଡିପିଓ ତ୍ରିଲୋଚନ ସେଠୀ, ତହସିଲଦାର ଦୀପକ କୁମାର ଦାସ ଓ ଥାନାଧିକାରୀ ଫନିନ୍ଦ୍ର ଭୂଷଣ ନାୟକ ଉପସ୍ଥିତ ଥିଲେ।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?