Posted inଜାତୀୟ

ମଣିପୁରକୁ ଆଂଶିକ ଫେରିଲା ଇଣ୍ଟରନେଟ୍‌ ସେବା

ନୂଆଦିଲ୍ଲୀ,୨୬ା୭: ମଣିପୁରରେ ଜାତିଆଣ ହିଂସା ଯୋଗୁ ଦୁଇ ମାସରୁ ଊର୍ଦ୍ଧ୍ୱ ଇଣ୍ଟରନେଟ୍‌ ସେବା ବନ୍ଦ ରହିବା ପରେ ମଙ୍ଗଳବାର ଆଂଶିକ ଫେରିଛି। ଯେଉଁମାନେ ଷ୍ଟାଟିକ୍‌ ଆଇପି ସଂଯୋଗ ନେଇଛନ୍ତି, ସେମାନେ ସୀମିତ ଇଣ୍ଟରନେଟ୍‌ ସେବା ଉପଲବ୍ଧ କରିପାରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ଅନ୍ୟ କୌଣସି ସଂଯୋଗ ଲାଗି ଏହି ସେବା ଉପଲବ୍ଧ ହେବ ନାହିଁ। ଯଦି କୌଣସି ଉପଭୋକ୍ତା ଅନ୍ୟ ପ୍ରକାର ସଂଯୋଗର ବ୍ୟବହାର କରୁଥିବା ଜଣାପଡ଼େ ସେଥିପାଇଁ ସେବା ପ୍ରଦାନକାରୀ ଦାୟୀ ରହିବେ। ଷ୍ଟାଟିକ୍‌ ଆଇପି ଠିକଣାର ପରିବର୍ତ୍ତନ ହୋଇ ନ ଥାଏ। ସେମାନଙ୍କ ଉପରେ ଆଇନ ପ୍ରବର୍ତ୍ତନକାରୀ କର୍ତ୍ତୃପକ୍ଷ ସହଜରେ ନଜର ରଖିପାରିବେ। ଓ୍ବାଇ-ଫାଇ ହଟ୍‌ସ୍ପଟ୍‌କୁ ଅନୁମତି ଦିଆଯାଇ ନାହିଁ। ସେହିପରି ଉପଭୋକ୍ତାଙ୍କ ପାଇଁ ସୋସିଆଲ ମିଡିଆ ଓ୍ବେବ୍‌ସାଇଟ ଉପଲବ୍ଧ ହେବ ନାହିଁ। ଉପଭୋକ୍ତାଙ୍କୁ ଭର୍ଚୁଆଲ ଘରୋଇ ନେଟ୍‌ଓ୍ବର୍କ (ଭିପିଏନ୍‌) ସଫ୍ଟଓ୍ବେର ହଟାଇବାକୁ ହେବ। ଦୀର୍ଘଦିନ ଧରି ଇଣ୍ଟରନେଟ୍‌ ସେବା ବନ୍ଦ ରହିବା ଫଳରେ ମଣିପୁର ସରକାର ତୀବ୍ର ସମାଲୋଚନାର ସମ୍ମୁଖୀନ ହୋଇଥିଲେ। ଇଣ୍ଟରନେଟ୍‌ ବନ୍ଦ ଯୋଗୁ ବ୍ୟାଙ୍କିଙ୍ଗ୍‌, ନାମଲେଖା, ଭ୍ରମଣ ଆଦି ବିଭିନ୍ନ ସେବା ବାଧାପ୍ରାପ୍ତ ହୋଇଥିଲା। ଗୁଜବ, ମିଛ ଖବର ପ୍ରଚାର କରି ହିଂସାକୁ ଉସୁକାଇବାରୁ ଲୋକଙ୍କୁ ଦୂରେଇ ରଖିବା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ କରିବା ଜରୁରୀ ଥିଲା ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଅଢ଼େଇ ମାସରୁ ଊର୍ଦ୍ଧ୍ୱ ହିଂସା ଜାରି ରହିଥିବାରୁ ସରକାରଙ୍କ ଇଣ୍ଟରନେଟ୍‌ ବନ୍ଦ ନିଷ୍ପତ୍ତି ଉପରେ ବିଶେଷଜ୍ଞମାନେ ପ୍ରଶ୍ନ ଉଠାଇଥିଲେ। ମଣିପୁର ଜାତିଆଣ ହିଂସାରେ ୧୬୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବାବେଳେ ହଜାର ହଜାର ଲୋକ ଘରଦ୍ୱାର ଛାଡ଼ି ଅସ୍ଥାୟୀ ଶିବିରରେ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri