ଭଦ୍ରକରେ ଇଣ୍ଟରନେଟ୍‌ ସେବା ବନ୍ଦ: ୧୦ ଗିରଫ

ଭଦ୍ରକ,୨୮।୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି। ଉତ୍ତେଜନା ପରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ ବିଏନ୍‌ଏସ୍‌ଏସ୍‌ ୧୬୩ ଧାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି କରାଯିବା ସହ ଘଟଣାସ୍ଥଳରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏହି ଘଟଣାରେ ଭଦ୍ରକ ହିଂସାକୁ ନେଇ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟେନେଟ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ ଘଟଣାରେ ବିଳମ୍ବିତ ରାତିରେ ୧୦ ଜଣକୁ ଗିରଫ କରିଛି ପୋଲିସ। ଧାମନଗର ଥାନା ଘେରାଉ ଓ ରାସ୍ତାରୋକୋ ଘଟଣାରେ ୧୦ ଜଣଙ୍କୁ ଅଟକ ରଖାଯାଇଛି।

ଘଟଣାରୁ ପ୍ରକାଶ ଯେ, ଇନ୍‌ଷ୍ଟାଗ୍ରାମ୍‌ରେ ଜଣେ ଯୁବକ ଗୁରୁବାର ସନ୍ଧ୍ୟାରେ ପ୍ରଫେଟ୍‌ ମହମ୍ମଦଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ଏକ ପୋଷ୍ଟ କରିଥିଲେ। ଏହାକୁ ବିରୋଧ କରି ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ବ୍ୟକ୍ତି ପୁରୁଣାବଜାର ଥାନାରେ ଅଭିଯୋଗ କରିବା ସହ ଉକ୍ତ ଯୁବକଙ୍କୁ ଗିରଫ ପାଇଁ ଦାବି କରିଥିଲେ। ୨ ଦିନ ଭିତରେ ଉକ୍ତ ଯୁବକଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା।

ପୋଷ୍ଟ କରିଥିବା ଯୁବକ ଜଣକ ସୋସିଆଲ ମିଡିଆରେ ପୁନର୍ବାର କିଛି ମେସେଜ୍‌ କରିବା ପରେ ଶୁକ୍ରବାର ଅପରାହ୍ନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଯୁବକ ଏକଜୁଟ ହୋଇ ଭଦ୍ରକ ସହର ଆଡ଼କୁ ଆସୁଥିବା ପୋଲିସ ଖବର ପାଇଥିଲା। ସନ୍ଥିଆ ପୋଲ ନିକଟରେ ଭଦ୍ରକ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ଓ ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲେ। ସେମାନେ ଉକ୍ତ ଯୁବକଙ୍କୁ ଏବେ ତୁରନ୍ତ ଗିରଫ କରାଯାଉ ବୋଲି ଅଡ଼ି ବସିବା ସହ ଟାୟାର ଜାଳି ସନ୍ଥିଆ ପୋଲ ନିକଟରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ସହ ଯୁକ୍ତିତର୍କ ଓ ଠେଲାପେଲା ହେବାରୁ ପୋଲିସ ଲାଠି ଧରି ସେମାନଙ୍କୁ ଘଉଡ଼ାଇଥିଲା।

ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଇଟାପଥର ମାଡ଼ କରିବାରୁ ଟାଉନ ଥାନା ଏସ୍‌ଆଇ ରୋଜେନ ମୁର୍ମୁଙ୍କ ମୁଣ୍ଡ ଫାଟିବା ସହ ଗୁରୁତର ଆହତ ହୋଇଛନ୍ତି। ଏକାଧିକ ପୋଲିସ କର୍ମଚାରୀଙ୍କ ଉପରେ ଢେଲା ମାଡ଼ ହୋଇଛି। ସିଟି ଡିଏସ୍‌ପି ଦ୍ୱିବେଦୀ ବୁଝାଶୁଝା କରୁଥିବା ବେଳେ ଆକ୍ରମଣରେ ଆହତ ହୋଇଛନ୍ତି। ସେହିପରି ଢେଲା ମାଡ଼ରେ ତହସିଲଦାରଙ୍କ ଗାଡ଼ି କାଚ ଭାଙ୍ଗିଯାଇଛି। ଉପଜିଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶନାମା ନଂ. ୧୬୯୬ ଅନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉତ୍ତେଜନା ଅଞ୍ଚଳରେ ୧୬୩ ଧାରା ଜାରି କରାଯାଇଛି। ଏହି ସମୟ ମଧ୍ୟରେ କୌଣସି ସଭା ସମିତି ନ କରିବା, ଏକତ୍ରିତ ନ ହେବାକୁ ପୁରୁଣାବଜାର ପୋଲିସ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରାଯାଇଛି। ଘଟଣାସ୍ଥଳରେ ସିଟି ଡିଏସ୍‌ପି, ତହସିଲଦାର, ଟାଉନ ଥାନାଧିକାରୀ ଓ ପୁରୁଣାବଜାର ଥାନାଧିକାରୀ ନୀରୋଜ ସାମଲ ଉପସ୍ଥିତ ରହି ସ୍ଥିତି ଉପରେ ନଜର ରଖିଥିଲେ। ସୋସିଆଲ ମିଡିଆରେ ଏଭଳି ପୋଷ୍ଟ କରିଥିବା ଯୁବକଙ୍କୁ ଦୁଇଦିନ ମଧ୍ୟରେ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ଏହା ପୂର୍ବରୁ ସେମାନେ ବହୁସଂଖ୍ୟାରେ ଏକତ୍ରିତ ହୋଇ ଆଇନଶୃଙ୍ଖଳା ପରିସ୍ଥିତିକୁ ହାତକୁ ନେଇଥିତ୍ବାରୁ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିବା ସିଟି ଡିଏସ୍‌ପିଦ୍ୱିବେଦୀ କହିଥିଲେ। ରାତିରେ ସିଟି ଡିଏସ୍‌ପିଙ୍କ ନେୃତତ୍ୱରେ ପୁରୁଣାବଜାର ଅଞ୍ଚଳରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି।

ଡିଆଇଜି ସତ୍ୟଜିତ୍‌ ନାୟକ, ଜିଲାପାଳ ଦିଲୀପ ରାଉତରାଏ, ଏସ୍‌ପି ବରୁଣ ଗୁଣ୍ଟୁପାଲି ଓ ବିଧାୟକ ସିତାଂଶୁ ଶେଖର ମହାପାତ୍ର ପୁରୁଣାବଜାର ଥାନାରେ ପହଞ୍ଚତ୍ ଆଲୋଚନା କରିଥିଲେ। ପରେ ଡିଆଇଜି, ଜିଲାପାଳ, ଏସ୍‌ପିଙ୍କ ସହ ଅତିରିକ୍ତ ଜିଲାପାଳ ଶାନ୍ତନୁ ମହାନ୍ତି ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପୋଲିସକୁ ଆକ୍ରମଣରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉକ୍ତ ଅଞ୍ଚଳକୁ ନାକାବନ୍ଦୀ କରାଯାଇଛି। ସୋସିଆଲ ମିଡିଆ ପୋଷ୍ଟ ଘଟଣାର ତଦନ୍ତ ଦାୟିତ୍ୱ ସାଇବର ପୋଲିସକୁ ଦିଆଯାଇଛି ବୋଲି ଡିଆଇଜି ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?