ବାଲେଶ୍ୱରରେ ଜୁନ୍‌ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ

ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି ରହିଛି। ଗୁରୁବାର ଇଣ୍ଟରନେଟ୍‌ ସେବା ବନ୍ଦକୁ ଜୁନ୍‌ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜିଠାରୁ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ସାମାନ୍ୟ କୋହଳ ଥିଲା। ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ସ୍କୁଲ, କଲେଜ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ବାଲେଶ୍ୱରରେ ୫ କମ୍ପାନୀ ବିଏସ୍‌ଏଫ୍‌ ଫୋର୍ସ ପହଞ୍ଚିଛନ୍ତି।
ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ। ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri