ଆଉ ୧୨ ଘଣ୍ଟା ବନ୍ଦ ରହିଲା ଇଣ୍ଟରନେଟ୍‌ ସେବା

ଭଦ୍ରକ, ୧୩।୬(ସନାତନ ରାଉତ): ଗୋ’ମାଫିଆଙ୍କ ସଂଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଗୁରୁବାର ସକାଳ ୬ରୁ ଶୁକ୍ରବାର ସକାଳ ୬ ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିଲା l ଏହାକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇ ଶୁକ୍ରବାର ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରଖା ଯାଇଛି। ଜିଲାର ଭଦ୍ରକ ବ୍ଲକ, ପୌର ପାଳିକା, ଧାମନଗର ଏନ ଏ ସି ଓ ବ୍ଲକ, ତିହିଡି ବ୍ଲକ ଏହି ୫ ସ୍ଥାନରେ ଇଣ୍ଟେର୍ନେଟ ସେବା ବନ୍ଦ କରାଯାଇଛି l ଗୁରୁବାର ଅପରାହ୍ନ ୫ ଟାରେ ସନ୍ତୋଷଙ୍କ ମୃତଦେହ ଭଦ୍ରକରେ ପହଞ୍ଚିବା ପରେ ବହୁ ସଂଖ୍ୟାରେ ଲୋକେ ମୃତଦେହ ଅଟକାଇ ନେହେରୁ ଷ୍ଟାଡିଅମ ନିକଟରେ ୧୬ ନଂ ଜାତୀୟ ରାଜପଥ ଓ ସର୍ଭିସ ରୋଡ଼ ଅବରୋଧ କରିଥିଲେ l ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ଅଡ଼ି ବସିଥିଲେ l ଏମପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଡିଆଇଜି ସତ୍ୟଜିତ ନାୟକ, ଜିଲାପାଳ ଦିଲ୍ଲୀପ ରାଉତରାଏ, ଏସପି ମନୋଜ ରାଉତ ପହଂଚି ଆଲୋଚନା କରି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରତିଶୃତି ପ୍ରଦାନ ପରେ ରାସ୍ତା ଅବରୋଧ ହଟିଥିଲା l ପ୍ରକାଶ ଥାଉକି ଗତ ମେ ୩୦ ତାରିଖରେ ସନ୍ତୋଷଙ୍କ ସହିତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗୁଜିଦରଡ଼ା ଅଂଚଳର କିଛି ଗୋ ମାଫିଆଙ୍କ ର ତିହିଡି ଥାନା ସାଠିବାଙ୍କୀ ନିକଟରେ ବଚସା ହୋଇଥିଲା। ଗୋ ମାଫିଆ ତାଙ୍କ ସହଯୋଗୀମାନେ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ l ୧୩ ଦିନ ଧରି ଗୁରୁତର ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ଆଇ ସି ୟୁରେ ରହିବା ପରେ ବୁଧବାର ସନ୍ତୋଷଙ୍କର ମୃତ୍ୟୁ ଘଟିଥିଲା l
ପୋଲିସ ୧୨ ଜଣଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଗିରଫ କରି ସାରିଛି l ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସନ୍ତୋଷଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା, ଜଣକୁ ଚାକିରୀ, ପିଲାମାନଙ୍କ ପାଠପଢା ଦାୟିତ୍ୱ ସରକାର ଗ୍ରହଣ କରିବେ ଘୋଷଣା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି l

 

 


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?